ଅଟଳ ଯୁବଶକ୍ତି ପକ୍ଷରୁ ଅଟଳ ପ୍ରତିଭା ସମ୍ମାନ : ସମାରୋହ ଅଟଳଙ୍କ ଯୁଗ ସୁଜଳାମ ସୁଫଳାମ ଭାରତ

 ଭୁବନେଶ୍ୱର : କାରଗିଲ ବିଜୟ ଦିବସ ଅବସରରେ ଆଜି ଜୟଦେବ ଭବନ ଠାରେ ଅଟଳ ଯୁବଶକ୍ତି, ଓଡ଼ିଶା ପକ୍ଷରୁ ଅଟଳ ପ୍ରତିଭା ସମ୍ମାନ-୨୦୨୫ ଆୟୋଜିତ ହୋଇଛି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଯେତେବେଳେ ବି ଅଟଳ ବିହାରୀ ବାଜପେୟୀଙ୍କ କଥା ଆଲୋଚନା ହେବ, ‘ପୋଖରାନ ପରମାଣୁ ପରୀକ୍ଷଣ’ ଏବଂ ‘କାର୍ଗିଲ ବିଜୟ’ କଥା ସର୍ବାଗ୍ରେ ଆସିବ ବୋଲି ମତବ୍ୟକ୍ତ କରିଥିଲେ । ଅଟଳଜୀଙ୍କ ଓଡ଼ିଶା ପ୍ରତି ଥିବା ପ୍ରଗାଢ ଭଲପାଇବା ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ, ସେ ଅନେକ ସମୟରେ ଓଡ଼ିଶା ପାଇଁ ରାସ୍ତା, ରେଳପଥ, ଶିକ୍ଷା, ଔଦ୍ୟୋଗିକ ରୂପାନ୍ତରଣ ଆଦିରେ ଏକ ନୂଆ ଯୁଗର ଆରମ୍ଭ କରିଥିଲେ । ତାଙ୍କ ଯୁଗ ହେଉଛି ସୁଜଳାମ୍ ସୁଫଳାମ୍ ଭାରତର ପ୍ରତୀକ । ସେହି ଯୁଗପୁରୁଷଙ୍କ ସ୍ମରଣରେ ଏହି ସ୍ମରଣିକା ‘ଯୁଗଜନ୍ମା ଅଟଳ’ ଦ୍ୱାରା ଅଟଳଜୀଙ୍କ ଜୀବନ, ଚିନ୍ତାଧାରା, ସଂସ୍କୃତି, ଦୃଷ୍ଟିକୋଣ, ତାଙ୍କ ଦୃଢ଼ ପଦକ୍ଷେପ ଓ ଦେଶପ୍ରେମ ଉପରେ ଆଧାରିତ ଗୁରୁତ୍ୱପୂର୍ଣ୍ଣ ଲେଖାମାନେ ସଂପ୍ରେକ୍ଷଣ କରିବାକୁ ଚେଷ୍ଟା କରାଯାଇଛି । ଏହା କେବଳ ସ୍ମୃତି ନୁହଁ, ଏହା ଏକ ଦିଗଦର୍ଶନ – ଏକ ଅଟଳ ମାର୍ଗ ଯାହା ଆସନ୍ତା ପିଢିଙ୍କୁ ଅନୁପ୍ରେରଣା ଦେବ ।
ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଅଟଳ ବିହାରୀ ବାଜପାୟୀଙ୍କ ଚିନ୍ତାଧାରାକୁ ଏକ ସମ୍ପୂର୍ଣ୍ଣ ଅନୁଷ୍ଠାନ ବୋଲି କହିଥିଲେ । କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ଯେ, ଅଟଳ ବିହାରୀ ବାଜପାୟୀ ଜୀ କେବଳ ଏକ ନାମ ନୁହେଁ ସେ ହେଉଛନ୍ତି ଏକ ବିଚାରଧାରା । ଏହି ଅବସରରେ ଓଡ଼ିଶାର ଅନେକ କ୍ଷେତ୍ରରେ ନିଜ ପ୍ରତିଭା ଦ୍ୱାରା ଦେଶ ଓ ରାଜ୍ୟକୁ ଗର୍ବିତ କରୁଥିବା ବ୍ୟକ୍ତିମାନଙ୍କୁ ‘ଅଟଳ ସମ୍ମାନ ୨୦୨୫’ ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ । ବିଶିଷ୍ଟ ସାରସ୍ୱତ ସାଧିକା ଡକ୍ଟର ପ୍ରତିଭା ରାୟଙ୍କୁ ଅଟଳ ଶ୍ରେଷ୍ଠ ଓଡ଼ିଆ ରନô ସମ୍ମାନ, ସମାଜସେବୀ ତଥା ରାଜନେତା ସମୀର ମହାନ୍ତିଙ୍କୁ ଅଟଳ ମିତ୍ର ରନô, ବରିଷ୍ଠ ପ୍ରଶାସକ ଦେବପ୍ରସାଦ ଦାଶଙ୍କୁ ଅଟଳ ସାହିତ୍ୟ ରନô, ଆନ୍ତର୍ଜାତିକ କ୍ରିକେଟର ଦେବାଶିଷ ମହାନ୍ତିଙ୍କୁ ଅଟଳ ଖେଳ ରନô ସମ୍ମାନ ସମେତ ଅନ୍ୟାନ୍ୟ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ଅଟଳ ସମ୍ମାନରେ ସମ୍ମାନିତ କରାଯାଇଥିଲା ।