ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା 

 ଯାଜପୁର : ଯାଜପୁର ଜିଲାଶିକ୍ଷାଧିକାରୀ ନିତ୍ୟାନନ୍ଦ ବାରିକ ଏବଂ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଜଗବନ୍ଧୁ ସାହୁଙ୍କୁ ଜିଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ ସମସ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ଅନ୍ୟ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିନୀ ସୁରମା ମହାପାତ୍ର, ବିଜ୍ଞାନ ନିରୀକ୍ଷକ କୁମାର୍ସେନ୍ ସେନାପତି ଓ ଅନ୍ୟ ସମସ୍ତ କର୍ମଚାରୀ ଉତ୍ତରୀୟ, ଉପଢୌକନ୍, ଫଟୋ ଚିତ୍ର ଓ ବୃକ୍ଷ ଆଦି ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ ।