ଅବସରକାଳୀନ ସମ୍ବର୍ଦ୍ଧନା
ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ୱପରିସରରେ ଗୋଲିଆ ନୂଆସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରାଜଲକ୍ଷ୍ମୀ ଶତପଥି , ବିରଞ୍ଚିପୁର ଉଚ୍ଚÿ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ମଞ୍ଜୁଳା ଦାଶ ଓ ସରସ୍ୱତୀ ଦାଶ, ଭୋଗଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ପ୍ରଧାନଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏ ଅବସରରେ ବିଇଓଙ୍କ ଦ୍ୱାରା ଅବସରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ ରାଜଲକ୍ଷ୍ମୀଙ୍କୁ ଫାଇନାଲ ପେନସନ ପତ୍ର ପ୍ରଦାନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଇଓ ଚିନ୍ମୟ ମହାପାତ୍ର, ଏବିଇଓ ଅମିତା କୁମାରୀ ପାଢୀ, ପ୍ରାଥମିକ ଶିକ୍ଷକ ସଂଘ ସଭାପତି ମନୋରଞ୍ଜନ ଦାଶ ଓ ଏନପିଏସ୍ ଶିକ୍ଷକ ସଂଘ ସଭାପତି ପିତାମ୍ବର ଗୌଡ, ପ୍ରାକ୍ତନ ଏବିଇଓ ସିମାଞ୍ଚଳ ସେଠୀଙ୍କ ସମେତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀଗଣ ଉପସ୍ଥିତ ରହିଥିଲେ ।