ଅଭିଯୋଗ ଶୁଣାଣି ଶିବିର
ବରୀ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ବରୀ ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । । ଏହି ଶିବିରରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀମାନେ ଏହି ଅଭିଯୋଗ ଗୁଡ଼ିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ଯଥାସମ୍ଭବ ସେମାନଙ୍କ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଥିଲେ । ଏହି ଶିବିରରେ ମୋଟ ୧୦୩ ଗୋଟି ଅଭିଯୋଗ ପଞ୍ଜୀକୃତ ହୋଇଛି । ସେଥିମଧ୍ୟରୁ ୩୧ ଗୋଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ ୬ ଗୋଟି ଗୋଷ୍ଠୀ/ଗ୍ରାମ୍ୟ ସମସ୍ୟା, ୬୬ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ଅଭିଯୋଗର ଶୁଣାଣି ହୋଇଥିଲା । ୬୭ଟି ଅଭିଯୋଗର ତକ୍ରାଳ ସମାଧାନ ହୋଇଥିଲା । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ୟସ୍ ପ୍ରତାପ ଶ୍ରୀମାଲ୍, ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଶୋକ ବେହୁରିଆ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ ।