ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଜ୍ଞାନେଶ କୁମାର
ଭୁବନେଶ୍ୱର : ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପରିବାର ସହିତ ପହଞ୍ଚିବା ପରେ ସେ ପରିବାର ସହ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ନେଇଛନ୍ତି। ପୁରୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ତାଙ୍କ ସାଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ । ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ କୋଣାର୍କ ମଧ୍ୟ ଗସ୍ତ କରିବେ।
ସେହିପରି ୨୮ ତାରିଖରେ ସେ ରଘୁରାଜପୁର, ଧଉଳି ଶାନ୍ତି ସ୍ତୂପ, ଖଣ୍ଡଗିରି, ଉଦୟଗିରି ଓ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟ ନିର୍ବାଚନ କମିଶନର ୨୯ ତାରିଖ ଅପରାହ୍ନ ୩ଟା ସମୟରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ୍ ସ୍ତରୀୟ ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ କରିବେ । ସେହିଦିନ ରାତିରେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯକ୍ରମ ରହିଛି ।
Samir Kumar Rout