ଆମ୍ବେଦକରଙ୍କ ଜୟନ୍ତୀ ପାଳିତ
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଭରତରନô ଡକ୍ଟର ବିଆର ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅତିରିକ୍ତ ଜିଲ୍ଲାପାଳ ନୀଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଭାରତ ସମ୍ବିଧାନର ରୂପକାର ଭରତରନô ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକର ବହୁ ପ୍ରତିଭାର ଅଧିକାରୀ ଥିଲେ । ସେ ଥିଲେ ଜଣେ ଶିକ୍ଷାବିତ, ଆଇନଜୀବୀ, ସାମାଜିକ ଜ୍ଞାନୀ, ସମାଜ ସଂସ୍କାରକ, ସୁଲେଖକ ଓ ତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ବାବା ସାହେବ ସମସ୍ତଙ୍କୁ ସାମାଜିକ, ରାଜନୈତିକ, ଅର୍ଥନୈତିକ ନ୍ୟାୟ ଦେବା, ଆଇନ ଦୃଷ୍ଟିରେ ସମସ୍ତଙ୍କୁ ସମାନ ବିଚାର ଦେବା, ସ୍ୱାଧୀନ ମତବ୍ୟକ୍ତ କରିବା ଅଧିକାର ଦେବା ସମ୍ପର୍କରେ ଗୁରୁତ୍ୱ ଦେଇ ସମ୍ବିଧାନ ପ୍ରଣୟନ କରିଥିଲେ । କାର୍ଯ୍ୟକ୍ରମରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ ଅତିଥି ପରିଚୟ ଦେବା ସହ ପ୍ରାରମ୍ଭରେ ଦିବସ ପାଳନର ଆଭିମୁଖ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ପରେ ପରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ୯ ଜଣ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଉକ୍ତ ସମାରୋହରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ତ୍ରିଭୁବନ ଜୟସିଂହ, ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମକର୍ତ୍ତା, ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।