"ଆମ ରୁଚି ଆମ ଖାଦ୍ୟ’ ଉତ୍ସବ ପାଳିତ
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲାରେ ଓଡ଼ିଆ ପକ୍ଷର ତ୍ରୟୋଦଶ ଦିବସ ଅବସରରେ ‘ଆମ ରୁଚି ଆମ ଖାଦ୍ୟ’ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାର ସମସ୍ତ ବ୍ଲକ, ପୌରାଞ୍ଚଳ ତଥା ପୌରପରିଷଦ ପରିସରରେ ଓଡ଼ିଆ ସଂସ୍କୃତିର ପାରମ୍ପରିକ ଖାଦ୍ୟ ପରମ୍ପରାକୁ ସମ୍ମାନ ଜଣାଇ ଏହି ଉତ୍ସବଟି ହୋଇଛି । ଜିଲ୍ଲା ପ୍ରଶାସନ, ପଞ୍ଚାୟତିରାଜ ଓ ନଗର ଉନ୍ନୟନ ବିଭାଗର ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଆ ଖାଦ୍ୟର ବିବିଧତା ଓ ସାଂସ୍କୃତିକ ମହତ୍ତ୍ୱକୁ ଉଜାଗର କରାଯାଇଛି । ଏହି ଅବସରରେ ଜନସାଧାରଣଙ୍କ ମଧ୍ୟରେ ଓଡ଼ିଆ ପାରମ୍ପରିକ ଖାଦ୍ୟ ପ୍ରତି ଆଗ୍ରହ ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏହି ଅବସରରେ ସଦର ମହକୁମାସ୍ଥିତ ମିଶନ ଶକ୍ତି କାଫେଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ ଯୋଗ ଦେଇଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାୟକ, ଉପଜିଲ୍ଲାପାଳ ଡ. ମଧୁସ୍ମିତା ସାମନ୍ତରାୟ, ସଦର ତହସିଲଦାର ଅଶ୍ୱିନୀ ନାୟକ, ଡେପୁଟି କଲେକ୍ଟର ସୀତାଂଶୁ ଶେଖର ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରତିଭା ବେହେରା, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସାଇ କୃଷ୍ଣ ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଐଶ୍ୱର୍ଯ୍ୟା ସାମନ୍ତ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ମନସ୍ୱିନୀ ରାଉତ, ଜିଲ୍ଲା କ୍ରୀଡା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା ଓ ମିଶନ ଶକ୍ତି ଡିପିସି କାର୍ତ୍ତିକ ଚନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।