ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ
ବୁଗୁଡ଼ା : ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଏବଂ ତାଳସାକର କ୍ଲଷ୍ଟର ଅନ୍ତର୍ଗତ ବୁରୁଝୋଳକ୍ଷ ଗ୍ରାମସ୍ଥ ସରକାରୀ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ସ୍ୱପରିସରରେ ବାର୍ଷିକ ଉସôବ ସାଙ୍ଗକୁ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଗୌରହରି ଗୌଡ଼ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସିଆରସିସି ଦିଲିପ କୁମାର ବେହେରା, ସମ୍ମାନିତ ଅତିଥି ଭାବେ ଏସ୍ଏମସି ସଭାନେତ୍ରୀ ଭାଗ୍ୟବତୀ ପ୍ରଧାନ, ଅଙ୍ଗନୱାଡି କର୍ମୀ ମମତା ରାଣୀ ପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ ପୂର୍ବକ ଉସôାହିତ କରିଥିଲେ । ଏହି ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପ୍ରମାଣ ପତ୍ର ସହ ପୁରସ୍କୃତ କରାଯାଇଥିଲା । ଏଥି ସହ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା । ଏହି ଉସôବରେ ପରିଚାଳନା ସମିତିର ସଦସ୍ୟବୃନ୍ଦ ଏବଂ ଅଭିଭାବକଗଣ ଉପସ୍ଥିତ ରହିଥିଲା ବେଳେ ପରିଶେଷରେ ସହକାରୀ ଶିକ୍ଷକ ରଞ୍ଜନ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।