କ୍ଷମା ମାଗିଲେ, କାର୍ଯ୍ୟାନୁଷ୍ଠାନ ନେଲେ : ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ : ମୋହନ
ଭୁବନେଶର: ଦଳାଚକଟାରେ ୩ ଶ୍ରଦ୍ଧାଳୁଙ୍କ ମୃତୁ୍ୟ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକ୍ସନ ମୋଡ଼କୁ ଆସିଛନ୍ତି । ଏହି ଘଟଣାକୁ ନେଇ ସେ ଦୁଃଖ ପ୍ରକାଶ କରିବା ସହ ଏହା ଅକ୍ଷମଣୀୟ ବୋଲି କହିଛନ୍ତି । ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ଦାୟିତ୍ୱରୁ ହଟାଯିବା ସହ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ତଦନ୍ତ ପାଇଁ ନିଦେ୍ର୍ଦଶ ଦେଇଛନ୍ତି ।
ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବିଶ୍ୱ ପ୍ରସିଦ୍ଧ । ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉକôଣ୍ଠାର ସହ ଆସିଥାନ୍ତି । ସେହି ଉକôଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ କାରଣରୁ ତିନି ଜଣ ଶ୍ରଦ୍ଧାଳୁଙ୍କ ପରଲୋକ ଘଟିଛି । ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି । ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ । ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ମଧ୍ୟ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ଏହାସହିତ ଡିସିପି ବିଷ୍ଣୁ ପତି ଓ କମାଣ୍ଡାଣ୍ଟ୍ଟ ଅଜୟ ପାଢୀଙ୍କୁ ଦାୟିତ୍ୱରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତିଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ । ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ । ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।