ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଆବେଦନ ବୃଦ୍ଧି

ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଆବେଦନ ବୃଦ୍ଧି

ଭୁବନେଶ୍ୱର : ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ରହିଥିବା ବେଳେ ସାମ୍ବାଦିକଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଆବେଦନର ତାରିଖକୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏହି ଯୋଜନାରେ କର୍ମଜୀବୀ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି । ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି । ଇଚ୍ଛୁକ ସାମ୍ବାଦିକମାନେ www.owjws.odisha.gov.inରେ ଆବେଦନ କରିପାରିବେ।