ଜନ ଅଭିଯୋଗ ଶୁଣାଣି

 ଯାଜପୁର : ସୋମବାର ବଡ଼ଚଣା ବ୍ଳକ କାର୍ଯ୍ୟାଳୟ ଠାରେ ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଶିବିରରେ ମୋଟ ୮୧ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ସେଥିମଧ୍ୟରୁ ବ୍ୟକ୍ତିଗତ ୧୬ଟି, ଗୋଷ୍ଠୀଗତ ୪ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୬୧ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୬୨ଟି ଅଭିଯୋଗର ତକ୍ରାଳ ଫଇସଲା କରାଯାଇଥିଲା । ଶିବିରରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଯୁଧିଷ୍ଠିର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବଡ଼ଚଣା, ରବୀନ୍ଦ୍ର କୁମାର ପ୍ରଧାନ, ତହସିଲଦାର, ଦର୍ପଣ ମାନସ କୁମାର ତ୍ରିପାଠୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।