ଜନ ଅଭିଯୋଗ ଶୁଣାଣି ଶିବିର

ବ୍ୟାସନଗର,:  ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କେଏନ୍ଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି.ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଶିବିରରେ ମୋଟ ୬୨ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୪ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୨ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୪୬ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୪୮ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ଶିବିରରେ ଏସପି ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲାପାଳ କଳିଙ୍ଗନଗର ସପନ କୁମାର ନନ୍ଦ, ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ, ଉପଜିଲ୍ଲାପାଳ, ଯାଜପୁର ତାପସ ରଞ୍ଜନ ଦେହୁରୀ, ତହସିଲଦାର, ବ୍ୟାସନଗର ଦେବାଶିଷ ରାଉତ, ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗର ଶୁଣାଣି କରିଥିଲେ ।