ଜାନୁଆରୀରେ ମିଳିବ ୧୦ଲକ୍ଷ ପକ୍କା ଘର
ଭୁବନେଶ୍ୱର : ଗରିବ ଲୋକଙ୍କୁ ପଞ୍ଚାୟତରାଜ ବିଭାଗ ତରଫରୁ ମିଳିବ ନୂଆବର୍ଷ ଭେଟି । ରାଜ୍ୟର ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇଦେବ ପଞ୍ଚାୟତିରାଜ ବିଭାଗ । ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଜାନୁଆରୀ ମାସରେ ୧୦ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି । ସେମଧ୍ୟରୁ ୩୪ ଲକ୍ଷ ହିତାଧିକାରୀଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ ତାଲିକା ଦିଆଯାଇଛି । ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପଞ୍ଜୀକରଣରୁ ବଞ୍ଚିତ ହୋଇଛନ୍ତି, ସେମାନଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ । ଏହା ସହିତ, ଘର ନିର୍ମାଣ ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ।
Samir Kumar Rout