ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଜନଶୁଣାଣି 

 କେନ୍ଦ୍ରାପଡ଼ା : କେନ୍ଦ୍ରାପଡା ପୌରପାଳିକା ଟାଉନ ହଲଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶୁଣାଣିରେ ମୋଟ ୧୯୫ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ୧୭୬ଟି ବ୍ୟକ୍ତିଗତ ଏବଂ ୧୯ ଟି ସାମୂହିକ ଅଭିଯୋଗ ରହିଥିଲା । ଶିବିରରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୩ ଜଣଙ୍କୁ ୫୦ ହଜାର ଟଙ୍କା ଏବଂ ରେଡକ୍ରସ ପାଣ୍ଠିରୁ ଜଣଙ୍କୁ ୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କୋରଯାଇଛି । ପଞ୍ଜିକୃତ ହେଇଥିବା ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ଉପରେ ପଦକ୍ଷେପ ନେବାକୁ ଜିଲ୍ଲାପାଳ  ରଘୁରାମ ଆର ଆୟାର ବିଭାଗୀୟ ଅଧିକାରୀ ମାନଙ୍କୁ ନିଦେ୍ର୍ଦଶ ଦେଇଛନ୍ତି । ଅନ୍ୟ ମାନଙ୍କ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)ରବୀନ୍ଦ୍ର କୁମାର ମଲ୍ଲିକ , ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, କେନ୍ଦ୍ରାପଡ଼ା ବିଡ଼ିଓ ଅଭିଷେକ ସ୍ୱାଇଁ, ଡେପୁଟି କଲେକ୍ଟର ତୃପ୍ତି ମହାନ୍ତି ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଥିଲେ ।