ଜିଲ୍ଲାସ୍ତରୀୟ ସଂପୂର୍ଣ୍ଣତା ଅଭିଯାନ ସମାରୋହ

ମାଲକାନଗିରି :  ଜିଲ୍ଲାପାଳ  ସୋମେଶ ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ଠାରେ ଜିଲ୍ଲାସ୍ତରୀୟ ସଂପୂର୍ଣ୍ଣତା ଅଭିଯାନ ସମାରୋହ ଅନୁଷ୍ଠିତ ହେବା ସହ ଆକାଂକ୍ଷା ହାଟର ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ,  ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ପିରାମଲ ଫାଉଣ୍ଡେସନ ରାଜ୍ୟ ପ୍ରୋଗ୍ରାମ ଡାଇରେକ୍ଟର ଗୋମତୀ ଶଙ୍କର କ୍ରିଷ୍ଣନ ଓ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନରେଶ ଚନ୍ଦ୍ର ଶବର ଉପସ୍ଥିତ ଥିଲେ ।  
ସୂଚନାଥାଉକି, ଆକାଂକ୍ଷା ହାଟ ୭ ଦିନ ପର୍ଯ୍ୟନ୍ତ ରହିବ । ଏହି  ହାଟ ମାଧ୍ୟମରେ ସ୍ଥାନୀୟ ଉତ୍ପାଦ ଗୁଡ଼ିକୁ ବ୍ରାଣ୍ଡିଂ କରି ଅନଲାଇନ ପ୍ଲାଟଫର୍ମରେ ସାମିଲ୍ କରିବା ସହ ସ୍ୱୟଂ ସହାୟକ ଗୋଷ୍ଠୀର ମାଆ ମାନଙ୍କର ଆର୍ଥିକ ବିକାଶ ହେବ । ଏହି ହାଟରେ ଆଦିମ ବଣ୍ଡା ଜନଜାତିଙ୍କ ବିଡ୍ ୱାର୍କ ମାଳି, ସ୍ୱାଭିମାନ ଅଞ୍ଚଳର ହଳଦୀ ଗୁଣ୍ଡ ଓ ପଣସ ଚିପ୍ସ ସ୍ଥାନ ପାଇଛି । ନୀତି ଆୟୋଗ ଅଧୀନରେ ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମରେ ୬ ଗୋଟି ବର୍ଗରେ ଜିଲ୍ଲାକୁ ସ୍ୱର୍ଣ୍ଣ ପଦକ ମିଳିଛି । ମାଲକାନଗିରିକୁ  ଜିଲ୍ଲାସ୍ତରରେ  ଗୋଟିଏ ସ୍ୱର୍ଣ୍ଣ ଓ ଆକାଂକ୍ଷୀ ବ୍ଲକ୍ ଭାବେ ଚିତ୍ରକୋଣ୍ଡା, ଖଇରପୁଟ ଓ ମାଥିଲି ବ୍ଲକ୍କୁ ତିନି ଗୋଟି ସ୍ୱର୍ଣ୍ଣ ପଦକ ମିଳିଛି । ସମଗ୍ର ଦେଶରେ ସମ୍ପୂର୍ଣ୍ଣତା ଅଭିଯାନ କାର୍ଯ୍ୟକ୍ରମ ଅଧୀନରେ ଏହିଭଳି ବିରଳ କୃତିତ୍ୱ ହାସଲ କରିବାରେ ମାଲକାନଗିରି ଏକମାତ୍ର ଜିଲ୍ଲା ଅଟେ । ଆକାଂକ୍ଷୀ ଜିଲ୍ଲା ଅଧୀନରେ ଗର୍ଭବତୀ ମାଆମାନଙ୍କର ପ୍ରଥମ ଟୀକାକରଣ ପଞ୍ଜୀକରଣ, ସମ୍ପୂର୍ଣ୍ଣତା ପୋଷଣ ଅଭିଯାନ, ୯ ରୁ ୧୧ ବର୍ଷର ଶିଶୁଙ୍କ ଟୀକାକରଣ, ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ, ମାଧ୍ୟମିକ ବିଦ୍ୟାଳୟରେ ଶତପ୍ରତିଶତ ବିଦୁ୍ୟତ୍ ସଂଯୋଗୀକରଣ ଓ ବିଦ୍ୟାଳୟରେ ଶତ ପ୍ରତିଶତ ପାଠ୍ୟ ପୁସ୍ତକ ବଣ୍ଟନରେ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଛି । ସେହିପରି ଆକାଂକ୍ଷୀ ବ୍ଲକ୍ ଅଧୀନରେ ଗର୍ଭବତୀ ମା’ମାନଙ୍କର ପ୍ରଥମ ଟୀକାକରଣ ପଞ୍ଜୀକରଣ, ମଧୁମେହ ରୋଗୀ ଚିହ୍ନଟ, ଯକ୍ଷ୍ମା ରୋଗୀ ଚିହ୍ନଟ ପ୍ରକ୍ରିୟା, ସମ୍ପୂର୍ଣ୍ଣତା ପୋଷଣ ଅଭିଯାନ, ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ପୂର୍ଣ୍ଣଚଳନ ରାଶି ପ୍ରଦାନରେ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଛି । ଏହି ଅବସରରେ ଜିଲ୍ଲା ମୁଖ୍ୟ ଚିକିସôାଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା କୃଷି ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଓ ପିରାମଲ୍ ଫାଉଣ୍ଡେସନକୁ ସମ୍ମାନୀତ କରାଯାଇଛି । ସେହିପରି ମାଥିଲି, ଖଇରପୁଟ ଓ ଚିତ୍ରକୋଣ୍ଡା ବିଡିଓ, ସିଡିପିଓ, ଏମଓ, ଏମଓଆଇସି, ବିଏଓ ଓ ବିପିଏମଙ୍କୁ ପୁରସ୍କୃତ କରାଯାଇଛି । ଏହି ତିନି ଗୋଟି ବ୍ଲକ୍ର ଅଙ୍ଗନବାଡ଼ି କର୍ମୀ, କମୁ୍ୟନିଟି ସ୍ୱାସ୍ଥ୍ୟ ଅଧିକାରୀ, ଆଶା, କୃଷକ ସାଥି, ଭିଏଡବ୍ଲୁ, ଏଓ, ସିଆରପିସିଏମ ଓ ଏମବିକେଙ୍କୁ ମାନପତ୍ର ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ବନେ୍ଦ ଉକôଳଜନନୀ ସଙ୍ଗୀତ ପରିବେଷଣ କରାଯାଇଥିଲା । ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଶବର ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଡିଡି ଡିପିଏମୟୁ ଗୋଲକ ଚନ୍ଦ୍ର ଦଳେଇ ଧନ୍ୟବାଦ୍ ଅର୍ପଣ କରିଥିଲେ । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।