ଜୟଦେବଙ୍କ ଜୟନ୍ତୀ

 ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସଦଭାବନା ସଭାଗୃହ ଠାରେ ଗୀତଗୋବିନ୍ଦ ରଚୟିତା କବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସୁଧାକର ନାଏକ ମୁଖ୍ୟ ଅତିଥି ଏବଂ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ବାଲେଶ୍ୱର  ଡ. ମଧୁସ୍ମିତା ସାମନ୍ତରାୟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଜୟଦେବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ତତ୍ ଉପରାନ୍ତ ସାଇ ନୃତ୍ୟ ସଙ୍ଗୀତ ମହାବିଦ୍ୟାଳୟର କଳାକାରମାନଙ୍କ ଦ୍ୱାରା ଜୟଦେବଙ୍କ ଆଧାରିତ ସଙ୍ଗୀତ ପରିବେଷଣ କରାଯାଇଥିଲା ।ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ବକ୍ତା ଭାବେ କାବ୍ୟଶିଳ୍ପୀ ସର୍ବେଶ୍ୱର ଦାସ, କବି ପ୍ରଶାନ୍ତ ଦାସ ଯୋଗ ଦେଇଥିଲେ ।  ଏହି ସମାରୋହରେ ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀ, ମାନ୍ୟଗଣ୍ୟ ବ୍ୟକ୍ତି ଏବଂ କଳାକାରମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ମନସ୍ୱିନୀ ରାଉତ ସଭା ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ ।