ଟେବୁଲ ଟପ୍ ଏକ୍ସରସାଇଜ ପାଇଁ ପ୍ରସ୍ତୁତି ବୈଠକ
ନବରଙ୍ଗପୁର : ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ବର୍ମନଙ୍କ ଅଧ୍ୟକ୍ଷତାରେ ଟେବୁଲ ଟପ୍ ଏକ୍ସର ସାଇଜ ଏବଂ ମକ୍ଡ୍ରିଲ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ୧୮ତାରିଖ ପୂର୍ବାହ୍ନରେ ଜିଲ୍ଲାସ୍ତରୀୟ ଏବଂ ଅପରାହ୍ନରେ ବ୍ଲକ ଏବଂ ପୌରାଞ୍ଚଳସ୍ତରରେ ଟେବୁଲ ଟପ୍ ଏକ୍ସରସାଇଜ ଏବଂ ୧୯ ତାରିଖରେ ଜିଲ୍ଲାର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀରେ ମକ ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ବନ୍ୟା ବାତ୍ୟା ଭଳି ଆକସ୍ମିକ ପ୍ରାକୃତିକ ବିପର୍ଯ୍ୟୟରୁ ଧନ ଜୀବନକୁ ରକ୍ଷା କରି ଶୂନ୍ୟ ମୃତୁ୍ୟ ଆଭିମୁଖ୍ୟକୁ ସାକାର କରିବା ପାଇଁ ପ୍ରସ୍ତୁତିକୁ ସଦାସର୍ବଦା ସଜାଗ ରହିବା ପାଇଁ ବିଭିନ୍ନ ଦିଗକୁ ନେଇ ଏହି ବୈଠକରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଜନଜାତି ଉନ୍ନୟନ ସଂସ୍ଥା, ଜିଲ୍ଲା ନବରଙ୍ଗପୁର ରାଜୀବ କୁମାର ସାହୁ, ଜିଲ୍ଲା ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ନବରଙ୍ଗପୁର, ଜିଲ୍ଲା ଅତିରିକ୍ତ କୃଷି ଅଧିକାରୀ, ନବରଙ୍ଗପୁର ପ୍ରଣୟ କୁମାର ମନ୍ତ୍ରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ନିର୍ବାହୀ ଅଧିକାରୀ ପୌରାଞ୍ଚଳ ନବରଙ୍ଗପୁର ଡଃ ଅଶୋକ କୁମାର କର୍ଣ୍ଣ, ଉମରକୋଟ ର ଆଲୋକ କୁମାର ଅନୁଗୁଳିଆ, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲ୍ଲା ପ୍ରାଣୀ ଧନ ଚିକିସôା ଅଧିକାରୀ, ନବରଙ୍ଗପୁର ଡଃ ପ୍ରଶାନ୍ତ କୁମାର ସାମଲ, ଜିଲ୍ଲା ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ, ନବରଙ୍ଗପୁର, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଗୀତାଞ୍ଜଳି ବେହେରା, ଜିଲ୍ଲା ଜରୁରୀକାଳୀନ ବିଭାଗର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ଦ୍ରୌପଦୀ କହଁର, ଉପଖଣ୍ଡୀୟ ଆରକ୍ଷୀ ଅଧିକ୍ଷକ ବିନୋଦ ଲାକ୍ରା, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ, ବାତ୍ୟା ଆଶ୍ରୟସ୍ଥଳୀର ସଭାପତି ସମ୍ପାଦକ, ଅଗ୍ନିଶମ ଅଧିକାରୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ପଦ୍ମନାଭ ତ୍ରିପାଠୀ, ସ୍ୱାସ୍ଥ୍ୟ ବିଭାଗ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।