ତ୍ରିରଙ୍ଗା ବାଇକ୍ ଯାତ୍ରାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ: ‘ଶତ୍ରୁକୁ ଜବାବ ଦେବାକୁ ସେନା ପ୍ରସ୍ତୁତ’


 ଭୁବନେଶ୍ୱର : ଆତଙ୍କବାଦ ବିରୋଧୀ ଅଭିଯାନ ‘ଅପରେସନ୍ ସିନ୍ଦୁର’ର ସଫଳତା ପରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି  । ଏହି କାର୍ୟ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା ଦେଖାଇ ଉଦ୍ଘାଟନ କରିଥିଲେ ।
ଏହି ଯାତ୍ରା, ସକାଳ ୮ଟାରେ କଳିଙ୍ଗ ଷ୍ଟାଡିଅମ ଠାରୁ ଆରମ୍ଭ ହୋଇ ରାଜଭବନ ପର୍ୟ୍ୟନ୍ତ ହୋଇଥିବା ବେଳେ, ପୋଲିସ ବାହିନୀ, ସୁରକ୍ଷା ବାହିନୀ, ଲୋକପ୍ରତିନିଧି ଏବଂ ସାଧାରଣ ଜନତା ଏହି ରାଲିରେ, ନିଜ ସହିତ ତ୍ରିରଙ୍ଗା ପତାକା ଧରି ବାଇକ ଚଳାଇ ବନେ୍ଦ ମାତରମ୍ ଧ୍ୱନି ଦେଇ ସହର ପରିକ୍ରମା କରିଥିଲେ  । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେଯେ, ‘ଅପରେସନ୍ ସିନ୍ଦୁର’ର ସଫଳତା ପରେ ଏହି ତ୍ରିରଙ୍ଗା ବାଇକ୍ ଯାତ୍ରା ଆତଙ୍କବାଦ ବିରୁଦ୍ଧରେ ଦେଶର ଅଭିଯାନକୁ ଆହୁରି ସଶକ୍ତ କରିବ । ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ତ୍ରିରଙ୍ଗା ତଳେ, ଯେତେବେଳେ ଏକଜୁଟ୍ ହେବେ, ସେତେବେଳେ କୌଣସି ଶକ୍ତି ଆମ ବିରୁଦ୍ଧରେ ସଫଳ ହେବେ ନାହିଁ  । ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକସାକ୍ଷୀ  ।
‘ଅପରେସନ୍ ସିନ୍ଦୁର’ର ସଫଳତା ଆମର ମା’ମାନଙ୍କ ଓ ଭଉଣୀମାନଙ୍କ ସଂକଳ୍ପର ସଫଳତା । ଆମର ସେନାବାହିନୀର ବୀର ଜବାନମାନେ ସିନ୍ଦୁରର ମର୍ୟ୍ୟାଦା ରଖିଛନ୍ତି  । ସେଥିପାଇଁ  ଆମ ଦେଶର ବୀର ସୈନିକମାନଙ୍କୁ ପୁଣି ଥରେ ହୃଦୟରୁ କୋଟି ସମ୍ମାନ ଜଣାଉଛି ବୋଲି ସେ କହିଥିଲେ  । ସେ ପୁଣି କହିଥିଲେଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆମେ ସବୁ ଭାରତୀୟ ନିରାପଦ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ଏହି କାର୍ୟ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମସô୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ  ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ  ।