ଦିଲ୍ଲୀରେ ଜେପି ନଡ୍ଡାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତକାର
ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସରେ ସୂଚନା ଦେଇଛନ୍ତି । ଏହି ସାକ୍ଷାତକାର ସମୟରେ ବିଭିନ୍ନ ସାଙ୍ଗଠନିକ ବିଷୟ, ରାଜନୈତିକ ପରିସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ବିଷୟ ଉପରେ ଆଲୋଚନା ହୋଇଛି । ଏହି ସାକ୍ଷାତକାର ସମୟରେ ବିଜେପି ଓଡିଶା ପ୍ରଭାରୀ ବିଜୟ ପାଲ ସିଂ ତୋମର ମଧ୍ୟ ଉପସ୍ଥିତ ଥିଲେ।