ଦିଲ୍ଲୀ ବିସ୍ପୋରଣ : ତଦନ୍ତ କରିବ ଏନଆଇଏ 

ଦିଲ୍ଲୀ ବିସ୍ପୋରଣ : ତଦନ୍ତ କରିବ ଏନଆଇଏ 

ନୂଆଦିଲ୍ଲୀ : ଦିଲ୍ଲୀରେ ସୋମବାର ସଂଧ୍ୟାରେ ଲାଲକିଲ୍ଲା ନିକଟରେ ହୋଇଥିବା କାର ବିସ୍ପୋରଣର ତଦନ୍ତ ରାଷ୍ଟ୍ରୀୟ ତଦନ୍ତକାରୀ ଏଜେନ୍ସି କରିବ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଦେଶର ସୁରକ୍ଷା ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ମାମଲା ହୋଇଥିବାରୁ ଏହାର ଗଭୀର ତଦନ୍ତ ଆବଶ୍ୟକ ବୋଲି ବୈଠକରେ ମତପ୍ରକାଶ ପାଇଥିଲା । ଏନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏହି ନିଷ୍ପତ୍ତି ନେଇ ତଦନ୍ତ ଦାୟିତ୍ୱ ଏନଆଇଏକୁ ହସ୍ତାନ୍ତର କରାଯାଇଛି । 

     ସୂଚନା ଅନୁସାରେ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ହୋଇଥିଲା । ଏଥିରେ ଗୃହ ସଚିବ ଗୋବିନ୍ଦ ମୋହନ, ଆଇବି ନିର୍ଦ୍ଦେଶକ ତପନ ଡେକା, ଦିଲ୍ଲୀ ପୋଲିସ କମିଶନର ସତୀଶ ଗୋଲଚା ଓ ଏନଆଇଏ ମହାନିର୍ଦ୍ଦେଶକ ବସନ୍ତ ଦାତେ ପ୍ରମୁଖ ସାମିଲ ଥିଲେ । ଅନ୍ୟପଟେ ଜମ୍ମୁ କାଶ୍ମୀର ପୋଲିସ ମହାନିର୍ଦ୍ଦେଶକ ନଲିନ ପ୍ରଭାତ ଡିଜିଟାଲ୍‌ ମାଧ୍ୟମରେ ବୈଠକରେ ସାମିଲ ହୋଇଥିଲେ ।