ନୀଳପଦ୍ମା ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ୪ ଆହତ

ନୀଳପଦ୍ମା ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ୪ ଆହତ

ଭୁବନେଶ୍ୱର : ଭୁବନେଶ୍ୱର ଝାରପଡ଼ା ସ୍ଥିତ ନୀଳପଦ୍ମା ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪ ଜଣ ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି  । ଏସି ସର୍ଟ ସର୍କିଟ୍‌ରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । 

ସୂଚନା ଅନୁସାରେ, ଭୁବନେଶ୍ୱର ନୀଳପଦ୍ମା ଆପାର୍ଟମେଣ୍ଟର ୨୦୩ ନମ୍ବର ଘରେ ଦମ୍ପତି ରହୁଥିବା ବେଳେ ଆଜି ଘରୁ ପ୍ରବଳ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକ ଏହା ଦେଖି ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ । ଅଗ୍ନିକାଣ୍ଡରେ ଦମ୍ପତିଙ୍କ ସହ ସିକ୍ୟୁରିଟି ଗାର୍ଡ ମଧ୍ୟ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯିବା ସହ ଆପାର୍ଟମେଣ୍ଟରୁ ଅନ୍ୟମାନଙ୍କୁ ମଧ୍ୟ ଉଦ୍ଧାର କରାଯାଇଥିବା ଜଣାପଡିଛି । 

ଆପାର୍ଟମେଣ୍ଟରେ ଅଗ୍ନିଶମ ନିରାପତ୍ତା ବ୍ୟବସ୍ଥା ନଥିବା ଜଣାପଡିଛି । ଏନେଇ ତଦନ୍ତ ହେବା ସହ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଡିଏଫଓ ସତ୍ୟଜିତ ଦାସ ସୂଚନା ଦେଇଛନ୍ତି ।