ନୂତନ ଖାଉଟି କାର୍ଡ ବାଣ୍ଟିଲେ ମନ୍ତ୍ରୀ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ସ୍ତରୀୟ ନୂତନ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆଜି ଜିଲ୍ଲାପରିଷଦ କଳାହାଣ୍ଡି ସଭା ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । 
ଏଥିରେ ମୁଖ୍ୟ ଅତିଥି ଭାବେ କୃଷ୍ଣଚନ୍ଦ୍ର ପାତ୍ର ମନ୍ତ୍ରୀ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ବିଜ୍ଞାନ, ବୈଷୟିକ ବିଭାଗ, ଓଡିଶା ସରକାର ଯୋଗଦେଇ ଜିଲ୍ଲାର ୧୩ ଟି ବ୍ଲକ ଓ ୟୁ, ଏଲ,ବି ର ୯୨ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ନୂତନ ଖାଉଟି କାର୍ଡ ବଣ୍ଟନ କରିଥିଲେ । ପରବର୍ତ୍ତୀ ସମୟରେ ଯୋଗ୍ୟ ହିତାଧିକାରୀ ମାନଙ୍କୁ ନୂତନ ଖାଉଟି କାର୍ଡ ପ୍ରଦାନ କରାଯିବ ଏବଂ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସାଂସଦ, ବିଧାୟକଙ୍କୁ ସାମିଲ କରାଯାଇ ତାଙ୍କ ଦ୍ୱାରା ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ କରିବା ଏବଂ ଖାଦ୍ୟ ସୁରକ୍ଷା ଯୋଜନାରୁ ଯେପରି କୌଣସି ଗରିବ ଲୋକ, ଯୋଗ୍ୟ ହିତାଧିକାରୀ ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଯନôବାନ୍ ହୋଇ କାର୍ଯ୍ୟ କରିବା ପାଇଁ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କୁ ମନ୍ତ୍ରୀ ନିଦେ୍ର୍ଦଶ ଦେଇଥିଲେ । ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଜିଲ୍ଲାର ୪,୧୪,୭୯୬ ଜଣ ଯୋଗ୍ୟ ହିତାଧିକାରୀ ଉପକୃତ ହେଉଥିବା ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମ ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ସଂସାଦ ମାଳବିକା ଦେବୀ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟଯୋଷୀ, ଭାଜପା ଜିଲ୍ଲା ସଭାପତି ଯୁଗଳ କିଶୋର ପୋଡ, ଧର୍ମଗଡ଼ ଉପ ଜିଲ୍ଲାପାଳ ଧୀମାନ ଚକମା, ଭବାନୀପାଟଣା ଉପ ଜିଲ୍ଲାପାଳ ପ୍ରଭାତ କୁମାର ପରିଡା ଯୋଗଦେଇ ହିତାଧିକାରୀଙ୍କୁ ନୂତନ ଖାଉଟି କାର୍ଡ ବଣ୍ଟନ କରିଥିଲେ । ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ସଂପର୍କରେ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗାଣ ବିଭାଗର ଅଧିକାରୀ, ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ । ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ । ନୂତନ ଖାଉଟି କାର୍ଡ ପ୍ରଦାନ କରି ଲୋକଙ୍କ ମୁହଁରେ ହସ ଫୁଟାଇ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ପରେ ଆଜି ଟାଉନ୍ ହଲ୍ ଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପାତ୍ର ଯୋଗଦେଇ ଥିଲେ । ଏଥିରେ ସାଂସଦ ଶ୍ରୀମତୀ ଦେଓ, ବିଧାୟକ ଶ୍ରୀ ପାଟଯୋଷୀ, ଜିଲ୍ଲା ଭାଜପା ସଭାପତି ଶ୍ରୀ ପୋଡ଼ଙ୍କ ସମେତ ଅନେକ କର୍ମକର୍ତ୍ତା ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଜନକଲ୍ୟାଣ ଓ ଯୁଗାନ୍ତକାରୀ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିବା ସହିତ ଧନ୍ୟବାଦ ଜଣାଇଥିଲେ ।