ପିଜିଟି ଶିକ୍ଷକଙ୍କୁ ଦକ୍ଷତା ନିର୍ମାଣ ପ୍ରଶିକ୍ଷଣ
ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀ ଏନସିଇଆରଟି ଠାରେ ପିଜିଟି ଶିକ୍ଷକଙ୍କୁ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଶିକ୍ଷକ ବିକାଶ ଓ ଡିଜିଟାଲ୍ ଶିକ୍ଷାକୁ ପ୍ରାଧାନ୍ୟ ଦେଇ କେନ୍ଦ୍ରୀୟ ଶିକ୍ଷା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ସିଆଇଇଟି) ସହ ମିଳିତ ଭାବରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିଦେ୍ର୍ଦଶାଳୟ ପକ୍ଷରୁ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରହିଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ନିଦେ୍ର୍ଦଶାଳୟର ନିଦେ୍ର୍ଦଶକ ରଘୁରାମ ଆର୍ ଆୟରଙ୍କ ନେତୃତ୍ୱରେ ପିଏମ-ଇ ବିଦ୍ୟା ଅଧୀନରେ ବିଷୟବସ୍ତୁ ବିକାଶ କରିବା ନେଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଚଳିତ ୨୬ ରୁ ୩୦ ପର୍ଯ୍ୟନ୍ତ ଜାରି ରହିବ । ଏଥିରେ ରାଜ୍ୟର ମୋଟ୍ ୪୦ ଜଣ ସ୍ନାତକୋତ୍ତର ଶିକ୍ଷକ (ପିଜିଟି) ଅଂଶଗ୍ରହଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ଶିକ୍ଷକମାନଙ୍କୁ ଉଚ୍ଚମାନର ଇ-ବିଷୟବସ୍ତୁ ପ୍ରସ୍ତୁତ କରିବା ପାଇଁ ସଶକ୍ତ କରିବା ପାଇଁ ପ୍ରସ୍ତୁତ କରାଯାଇଛି । ଯାହାଦ୍ୱାରା ସମଗ୍ର ଓଡ଼ିଶାରେ ଛାତ୍ରଛାତ୍ରୀମାନଙ୍କ ପାଇଁ ପ୍ରଭାବଶାଳୀ ଶିକ୍ଷାର ବିକାଶ ହୋଇପାରିବ । ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଫକୀର ମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସୁଶୀଳାବତୀ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଫୁଲବାଣୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆଦି ଶିକ୍ଷାନୁଷ୍ଠାନରୁ ବିଭିନ୍ନ ବିଷୟ ଭିତ୍ତିକ ଶିକ୍ଷକ ଶିକ୍ଷୟିତ୍ରୀମାନେ ଏଥିରେ ଅଂଶଗ୍ରହଣ କରିଛନ୍ତି ।