ପୀତବାସ ହତ୍ୟା : ବିକ୍ରମଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ୍‌ ଖାରଜ

ବ୍ରହ୍ମପୁର :  ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଜଡ଼ିତ ମୁଖ୍ୟ ଅଭିଯୁକ୍ତ  ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ୍‌ ଖାରଜ ହୋଇଛି । ଅଭିଯୁକ୍ତମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ, ଆଇନଜୀବୀ ମଦନ ମୋହନ ଦଳାଇ, ସୁନିଲ ହୋତା ଏବଂ ଶୂନ୍ୟ ଦାସ । ଅତିରିକ୍ତ ଜିଲ୍ଲା ଓ ଦୌରାଜର୍ଜ ଏମାନଙ୍କ ଜାମିନ୍‌ ଆବେଦନକୁ ଖାରଜ କରିଛନ୍ତି ।