ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଜରୁରୀକାଳିନ ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ନୂତନ ଅଡ଼ିଟରିୟମ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭଦ୍ରକ ସାଂସଦ ଅଭିମନୁ୍ୟ ସେଠୀ, ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ପ୍ରତିନିଧି ଶୁଭଙ୍କର ମହାପାତ୍ର, ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ର, ବାଲେଶ୍ୱର ସଦର ବିଧାୟକ ମାନସ କୁମାର ଦତ୍ତ, ଭୋଗରାଇ ବିଧାୟକ, ଗୌତମ ବୁଦ୍ଧ ଦାସ, ବସ୍ତା ବିଧାୟିକା ସୁବାସିନୀ ଜେନା, ଜିଲ୍ଲା ପରିଷଦ ସଭାପତି, ନାରାୟଣ ଚନ୍ଦ୍ର ପ୍ରଧାନ, ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ପ୍ରତିନିଧି କାର୍ତ୍ତିକ ଚନ୍ଦ୍ର ଗିରି, ସୋର ବିଧାୟକ ମାଧବ ଧଡ଼ାଙ୍କ ପ୍ରତିନିଧି ଅଶ୍ୱିନୀ କୁମାର ମହାପାତ୍ର ଯୋଗ ଦେଇ ଜିଲ୍ଲାର ସମସ୍ତ ଅଞ୍ଚଳରେ ପ୍ରତ୍ୟେକଟି ଆବଶ୍ୟକତା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ବୈଠକରେ ସମସ୍ତ ସମ୍ପୃକ୍ତ ବିଭାଗ ଯଥା ରାସ୍ତା ଓ ଗୃହନିର୍ମାଣ, ପାନୀୟ ଜଳ ଯୋଗାଣ ଓ ପରିମଳ, ଯୋଗାଣ, ଜଳସେଚନ, ବିଦୁ୍ୟତ୍ ଯୋଗାଣ, ବ୍ଲକ ଅଧିକାରୀ, ତହସିଲ ଅଧିକାରୀ, ଅତ୍ୟାବଶ୍ୟକ ସେବା, ଓଡ୍ରାଫ୍ ଆଦି ଲାଇନ ବିଭାଗମାନେ ଯୋଗ ଦେଇ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତିରେ ସେମାନଙ୍କର ସ୍ଥିତି ଉପସ୍ଥାପନ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ହେମନ୍ତ କୁମାର ସିଂ ବିଷୟ ୱାରି ଆଲୋଚନାର କାର୍ଯ୍ୟସୂଚୀ ପରିଚାଳନା କରିଥିଲେ । ବନ୍ୟା ପରିସ୍ଥିତିରେ ପୀଡ଼ିତଙ୍କୁ ଉଦ୍ଧାର ଓ ଥଇଥାନ ନିମନ୍ତେ ଆଶ୍ରୟସ୍ଥଳୀ ଏବଂ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବା ଶୁଖିଲା ଏବଂ ରନ୍ଧା ଖାଦ୍ୟ ବ୍ୟବସ୍ଥା, ଔଷଧ ମଜକୁଦ, ନଦୀବନ୍ଧ ଓ ଘାଇ ମରାମତି, ପାଇପ୍ ଦ୍ୱାରା ବିଶୋଧିତ ଜଳ ଯୋଗାଣ, ନଳକୂପ ବିଶୋଧନ, ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆବଶ୍ୟକ ଔଷଧ, ହେଲୋଜନ ବଟିକା, ଓଆରଏସ, ବ୍ଲିଚିଙ୍ଗ୍ ପାଉଡର, ପ୍ରାଣୀସମ୍ପଦର ସୁରକ୍ଷା ନିମନ୍ତେ ଟିକା ଓ ଔଷଧ ସହ ପଦକ୍ଷେପ, ଦୁର୍ଗମ ଅଞ୍ଚଳରେ ଖାଦ୍ୟ ଶସ୍ୟ ମହଜୁଦ ରଖିବା ଆଦି ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ବାଲେଶ୍ୱର ସଦର ମହକୁମାରେ ବର୍ଷସାରା ୨୪/୭ ଜରୁରୀକାଳୀନ କଣ୍ଟ୍ରେଲ ରୁମ୍ ଚାଲୁ ରହିଛି । ବ୍ଲକ୍, ସ୍ୱାସ୍ଥ୍ୟ ବିଭାଗ, ଜଳସେଚନ ବିଭାଗ, ପାନୀୟ ଜଳ ଓ ପରିମଳ ଭଳି କାର୍ଯ୍ୟାଳୟ ତୁରନ୍ତ ୨୪/୭ ଜରୁରୀକାଳୀନ କଣ୍ଟ୍ରୋଲ ରୁମ୍ ପ୍ରସ୍ତୁତ ରଖିବାକୁ ନିଦେ୍ର୍ଦଶ ଦିଆଯାଇଥିଲା । ବେସରକାରୀ ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କର ଏକ ତାଲିକା ପ୍ରସ୍ତୁତ କରି ସେମାନଙ୍କୁ ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବାକୁ କୁହାଯାଇଥିଲା । ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତି ନିମନ୍ତେ ଜିଲ୍ଲାପାଳ ପ୍ରାଧାନ୍ୟ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ହେମନ୍ତ କୁମାର ସିଂ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସୁଧାକର ନାୟକ, ବାଲେଶ୍ୱର ସଦର ଉପଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ, ନୀଳଗିରି ଉପଜିଲ୍ଲାପାଳ ଶୁଭଶ୍ରୀ ରଥ, ପୌରପାଳିକା ଗୁଡିକର କାର୍ଯ୍ୟ ନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଓଡ୍ରାଫ୍ ବାହିନୀ, ସ୍ୱେଚ୍ଛାସେବୀ ସଂଗଠନ, ଆପଦ ମିତ୍ର ସ୍ୱେଚ୍ଛାସେବୀ, ସିଭିଲ ଡ଼େଫେନ୍ସ, ଅଗ୍ନିଶମ ବିଭାଗ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ଏବଂ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀମାନେ ଯୋଗଦାନ କରିଥିଲେ ।
 
 Rasmita Behera
                                    Rasmita Behera                                 
    
 
    
 
 
 
