ପ୍ରାଣକୃଷ୍ଣ ପରିଜାଙ୍କ ଶ୍ରାଦ୍ଧ ଦିବସ  

ଏରସମା: ଜିଲ୍ଲା ପ୍ରଶାସନ ଓ ପୌର ପରିଷଦର ମିଳିତ ଆନୁକୂଲ୍ୟରେ ଡ. ପ୍ରାଣକୃଷ୍ଣ ପରିଜାଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି  । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ ବଙ୍ଗଳା ଛକରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ  । ଏଥିରେ ପୌର ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ରାଜେନ୍ଦ୍ର ବିଷୋୟୀ, ପୌର ନିର୍ବାହୀ ଅଧିକାରୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରତିଚି ତନୟା ମହାନ୍ତି, ପୌର ପରିଷଦ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ  ।