ବଙ୍ଗୋପସାଗରରେ ଲଘୁଚାପ : ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ


 ଭୁବନେଶ୍ୱର:  ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଆଡ଼କୁ ଗତି କରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସ୍ପଷ୍ଟ ଲଘୁଚାପ ଅଞ୍ଚଳରେ ପରିଣତ ହେବାର ସମ୍ଭାବନା ରହିଛି  । ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାକୁ ଗତି କରିବାର ସମ୍ଭାବନା ରହିଛି  । ଯାହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ଅଛି  ।
ଅପରପକ୍ଷରେ ମୌସୁମୀ ଟ୍ରଫ୍ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ରର କେନ୍ଦ୍ରକୁ ଅତିକ୍ରମ କରୁଛି  । ପୂର୍ବ ପଶ୍ଚିମ ଟ୍ରଫ୍ ଏବେ କେନ୍ଦ୍ରୀୟ ବଙ୍ଗୋପସାଗରରୁ କଚ୍ଛ ସଂଳଗ୍ନ ଉତ୍ତର-ପୂର୍ବ ଆରବସାଗର ପର୍ଯ୍ୟନ୍ତ ପଶ୍ଚିମକେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ, ତେଲେଙ୍ଗାନା, ଉତ୍ତର ମହାରାଷ୍ଟ୍ର ଏବଂ ଦକ୍ଷିଣ ଗୁଜୁରାଟ କ୍ଷେତ୍ର ଉପରେ ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ଦେଇ ସମୁଦ୍ର ପତନ ଠାରୁ ୩.୧ ଏବଂ ୫.୮ କିମି ଉଚ୍ଚତା ମଧ୍ୟରେ ରହିଛି  । 
ଆସନ୍ତାକାଲି କୋରାପୁଟ ଓ ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ  । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରିହୋଇଛି  । ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ପ୍ରବଳ ବର୍ଷା ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଅଗଷ୍ଟ ୧୫ରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବାର ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଆସନ୍ତା ୧୭ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୧୯ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି  ।