ବାତ୍ୟା ‘ଦାନା’ ମୁକାବିଲା ପାଇଁ ପ୍ରସ୍ତୁତି
ାା ପ୍ରଭାନୁ୍ୟଜ ।ା ବାରିପଦା/ସାରସକଣା: ଜିଲ୍ଲାରେ ସମ୍ଭାବିତ ବାତ୍ୟା ଏବଂ ବୃଷ୍ଟିପାତକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ପାଇଁ ଓ ପୂର୍ବ ପ୍ରସ୍ତୁତି ନିମନ୍ତେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ପ୍ରାପ୍ତ ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୨୪ ଓ ୨୫ ତାରିଖ ଦିନ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେଣୁ ଜିଲ୍ଲାରେ ସମସ୍ତ ପ୍ରକାର ଆପତ୍ତକାଳୀନ ପ୍ରସ୍ତୁତି ବ୍ୟବସ୍ଥା ପ୍ରତି ଧ୍ୟାନ ଦେବା ପାଇଁ ଜିଲ୍ଲାପାଳ ଏହି ବୈଠକରେ ସମସ୍ତ ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦେଇଥିଲେ । ଏଥିନିମନ୍ତେ ସମ୍ବେଦନଶୀଳ ତହସିଲ, ବ୍ଲକ ଏବଂ ଗ୍ରାମ ପଞ୍ଚାୟତ ଯଥା ବଡ଼ସାହି, ବେତନଟୀ, ମାଣତ୍ରୀ ପଞ୍ଚାୟତ, ଖୁଣ୍ଟା, ରାସଗୋବିନ୍ଦପୁର, ସାରସକଣା, କପ୍ତିପଦା, ଉଦଳା ଅଞ୍ଚଳର ବିଭିନ୍ନ ସ୍ଥାନ ପାଇଁ ଜିଲ୍ଲା ପ୍ରଶାସନ ପର୍ଯ୍ୟାପ୍ତ ପରିମାଣରେ ପୂର୍ବ ବ୍ୟବସ୍ଥା କରିଥିବାବେଳେ ସମ୍ଭାବିତ ବର୍ଷାରେ ବନ୍ୟା ବିପ୍ଲତି ହେବାକୁ ଥିବା ଅଞ୍ଚଳରେ ମଧ୍ୟ ସମସ୍ତ ଜରୁରୀକାଳୀନ ବ୍ୟବସ୍ଥା କାର୍ଯ୍ୟକାରୀ ହେବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ବୁଢ଼ାବଳଙ୍ଗ ଏବଂ ସୁବର୍ଣ୍ଣରେଖା ନଦୀ ଗୁଡିକର ଅବବାହିକାରେ ଅବସ୍ଥିତ ଗ୍ରାମ ଗୁଡିକ ବନ୍ୟା ଦ୍ୱାରା ପ୍ରଭାବିତ ହେବାର ପରିସ୍ଥିତି ଥିବାବଳେ ପ୍ରଶାସନ ଏଥି ପାଇଁ ପୂର୍ବରୁ ସଚେତନ ହୋଇ ଜନସାଧାରଣଙ୍କୁ ଉପଯୁକ୍ତ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିକରଣ କରିବା ବ୍ୟବସ୍ଥା କରିବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦେଇଛନ୍ତି । ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀଗୁଡିକରେ ପର୍ଯ୍ୟାପ୍ତ ଜଳ ଯୋଗାଣ, ଆଲୋକୀକରଣ,ପରିମଳ ବ୍ୟବସ୍ଥା ଏବଂ ମୌଳିକ ସୁବିଧା ଉପଲବ୍ଧ କରାଯିବ । ଶୁଖିଲା ଖାଦ୍ୟ ଓ ଶିଶୁ ଖାଦ୍ୟ ସମେତ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯିବ । ପ୍ରଭାବିତ ଅଞ୍ଚଳଗୁଡିକରେ ନିରାପଦ ପାନୀୟ ଜଳ, ଔଷଧ, ଗୋଖାଦ୍ୟ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରାଯିବା ପାଇଁ ଆଦେଶ ଦିଆଯାଇଛି । ଜିଲ୍ଲାରେ ଥିବା ସମସ୍ତ ଓଡ୍ରାଫ ଟିମ୍ଙ୍କୁ ମହଜୁଦ ରହି ଅପଦା ପ୍ରବନ୍ଧନ କାର୍ଯ୍ୟରେ ନିୟୋଜିତ ରହିବା ଏବଂ ସମସ୍ତ ଜରୁରୀକାଳୀନ ପରିସ୍ଥିତିରେ ଜଣ ସାଧାରଣମାନଙ୍କ ପାଖରେ ପହଞ୍ଚôବା ଭଳି କାର୍ଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବା ପାଇଁ ଜିଲ୍ଲାପାଳ ଶ୍ରୀ ସୟ କହିଛନ୍ତି । ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ଆୟୋଜିତ ଏହି ବୈଠକରେ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଦୌଲତ ଚନ୍ଦ୍ରକାର, ସମସ୍ତ ଉପଜିଲ୍ଲାପାଳ, ଜିଲ୍ଲା ଜରୁରୀକାଳୀନ ଅଧିକାରିଣୀ ସୁଶ୍ରୀ ଶ୍ରଦ୍ଧା ସୁମନ, ସମସ୍ତ ବ୍ଲକ ଉନ୍ନୟନ ଅଧିକାରୀ, ମୁ୍ୟନିସିପାଲିଟି ଓ ବିଜ୍ଞାପିତ ଅଂଚଳ ପରିଷଦର ନିର୍ବାହୀ ଅଧିକାରୀ, ତହସିଲଦାର ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।