ବାତ୍ୟା ନେଇ ବୈଠକ

ଏରସମା: ।ା ପ୍ରଭାନୁ୍ୟଜ୍ ।ା ଏରସମା : ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ଏରସମା ବ୍ଲକ୍ ପ୍ରଶାସନ ପକ୍ଷରୁ ଆଜି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି  । ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ, ପଞ୍ଚାୟତିରାଜ ବିଭାଗ ନିର୍ବାଚିତ ପ୍ରତିନିଧି ଓ ବିଭିନ୍ନ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀମାନେ ଯୋଗଦେଇଥିଲେ  । ବିଶେଷକରି ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଉପସ୍ଥିତ ସମସ୍ତ ବିଭାଗୀୟ ଅଧିକାରୀ ଓ ଜନପ୍ରତିନିଧିମାନଙ୍କୁ ପରାମର୍ଶ ଦିଆଯାଇଛି । ଦୁର୍ବିପାକ ସମୟରେ ବିଦୁ୍ୟତ, ପାନୀୟ ଜଳ, ଯୋଗାଯୋଗ, ଦୁର୍ଗମ ଅଞ୍ଚଳରୁ ଲୋକମାନଙ୍କୁ ସ୍ଥାନାନ୍ତର, ଗର୍ଭବତୀ ମହିଳାମାନଙ୍କୁ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର ଓ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ଔଷଧ ମହଜୁଦ ରଖିବା ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି ।  ବୈଠକରେ ମଣ୍ଡଳ ଉନ୍ନୟନ ଅଧିକାରୀ ଦାଶରଥି ଜେନା, ତହସିଲଦର ଦେବୀ ପ୍ରସାଦ ଆଚାର୍ଯ୍ୟ, ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ ଜ୍ଞାନେନ୍ଦ୍ର କୁମାର ଲେଙ୍କା, ବ୍ଲକ୍ ସହକାରୀ ଯନ୍ତ୍ରୀ ସରୋଜ କୁମାର ସ୍ୱାଇଁ, ଯନ୍ତ୍ରୀ ପ୍ରମୋଦ କୁମାର ପରିଡା ପ୍ରମୁଖ ଯୋଗଦେଇଥିଲେ ।