ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର
ବ୍ରହ୍ମବରଦା: ରସୁଲପୁର ବ୍ଲକ ଅନ୍ତର୍ଗତ ବ୍ରହ୍ମବରଦା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଅକ୍ଷୟ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଅତିଥି ଭାବେ ବ୍ରହ୍ମବରଦା ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ମହେଶ୍ୱର ପାଢ଼ୀ, ସମାଜସେବୀ ବିପିନ ବିହାରୀ ଦେଓ, ଶିକ୍ଷାବିତ ସେକ ଆଲ୍ଲାଉଦ୍ଦିନ ଖାଁ ଓ ଯୁବ ନେତା ପ୍ରଦୀପ ଦାସ ପ୍ରମୁଖ ଯୋଗଦେଇ ବାଳିକା ଆତ୍ମରକ୍ଷା କୌଶଳ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଛାତ୍ରୀ ମାନଙ୍କ ସମେତ ବହୁ ଛାତ୍ରୀ ଯୋଗଦାନ କରିଥିଲେ । ଶେଷରେ ଅଧ୍ୟାପକ ରାଜେନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।