ବିଜେପିରେ ସାମିଲ ହେଲେ ଅମର ପଟ୍ଟନାୟକ

ବିଜେପିରେ ସାମିଲ ହେଲେ ଅମର ପଟ୍ଟନାୟକ

ଭୁବନେଶ୍ୱର : ବିଜେପିରେ ସାମିଲ ହେଲେ ଅମର ପଟ୍ଟନାୟକ । ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ ଆଜି ବିଜେପିରେ ସାମିଲ ହୋଇଛନ୍ତି । ଅମର ବିଜେଡି ଛାଡି ବିଜେପିରେ ବିଧିବଦ୍ଧ ଭାବେ ବିଜେପିରେ ମିଶିଛନ୍ତି । ଏହି ଅବସରେ ଆଜି ବିଜେପି ରାଜ୍ୟ କାର୍ୟ୍ୟାଳୟରେ ଏକ ବଡ଼ ଧରଣର ମିଶ୍ରଣ ପର୍ବ ଅନୁଷ୍ଠିତ ହେଇଛି । 

 ୨୦୧୮ ମସିହାରେ ବିଜେଡିରେ ସାମିଲ ହୋଇଥିଲେ ପୂର୍ବତନ IA & AS ଅମର ପଟ୍ଟନାୟକ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଥିଲେ । ପରେ ବିଜେଡି ତାଙ୍କୁ ଆଇଟି ସେଲ୍‌ର ମୁଖ୍ୟ ଭାବେ ଦାୟିତ୍ୱ ଦେଇଥିଲା । ଏହାପରେ ଅମର ଲଗାତର ଭାବେ ଦଳ ପାଇଁ କାମ କରିଚାଲିଲେ । ୨୦୧୯ରେ ଦଳ ରାଜ୍ୟସଭା ସାଂସଦ ଭାବେ ଅମର ପଟ୍ଟନାୟକଙ୍କୁ ଚୟନ କରିଥିଲା । ୨୦୧୯ରୁ ପାଞ୍ଚ ବର୍ଷ ଯାଏଁ ସେ ରାଜ୍ୟସଭା ସାଂସଦ ଭାବେ କାମ କରିଥିଲେ । ନିଜ କାର୍ଯ୍ୟକାଳ ସମୟରେ ରାଜ୍ୟସଭାର ବିଭିନ୍ନ କମିଟିର ମଧ୍ୟ ସଦସ୍ୟ ହୋଇଥିଲେ । ଏହାସହିତ ରାଜ୍ୟର ବିଭିନ୍ନ ସମସ୍ୟାକୁ ସଂସଦରେ ଉପସ୍ଥାପନ କରିଥିଲେ ।

     ଏହି ମିଶ୍ରଣ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ସିଂ ତୋମର ଅମର ପଟ୍ଟନାୟକଙ୍କୁ ଦଳର ଟୋପି ପିନ୍ଧାଇ ଦଳକୁ ସ୍ବାଗତ କରିଛନ୍ତି । ଦଳର ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ବରିଷ୍ଠ ନେତ୍ରୀ ପିଙ୍କି ପ୍ରଧାନ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।