ବିଜେପିର ଷ୍ଟାର ପ୍ରଚାରକ
୪୦ ଜଣିଆ ତାଲିକାରେ ମୋହନ, ମନମୋହନ, ଧର୍ମେନ୍ଦ୍ର, ଅଶ୍ୱିନୀ, ଜୁଏଲ୍, ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ବୈଜୟନ୍ତ, ସୁନୀଲ ବଂଶଲ
ନୂଆପଡ଼ା : ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଜୁଏଲ ଓରାମ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ ରହିଛନ୍ତି ।
ସେହିପରି କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂସଲ, ରାଷ୍ଟ୍ରୀୟ ଉପସଭାପତି ତଥା ସାଂସଦ ବୈଜୟନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଜ୍ୟ ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡା, ଛତିଶଗଡ ଉପମୁଖ୍ୟମନ୍ତ୍ରୀ ଅରୁଣ ସାଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ସାଂସଦ ଡ. ସମ୍ବିତ ପାତ୍ର, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର, ବସନ୍ତ ପଣ୍ଡା, ସମୀର ମହାନ୍ତି, ସାଂସଦ ବ୍ରିଜମୋହନ ଅଗ୍ରୱାଲ, ସଂଗୀତା ସିଂହଦେଓ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଡ. ମୁକେଶ ମହାଲିଙ୍ଗ, ଛତିଶଗଡର ମନ୍ତ୍ରୀ ଗୁରୁ ଖୁସୱନ୍ତ ସାହବ, ସାଂସଦ ପ୍ରଦୀପ ପୁରୋହିତ, ରାଜ୍ୟସଭା ସାଂସଦ ସୁଜିତ କୁମାର, ସାଂସଦ ରୁପକୁମାରୀ ଚୈାଧୁରୀ, ମାଳବିକା ଦେବୀ, ପ୍ରଦୀପ୍ତ କୁମାର ନାଏକ, ସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ଆକାଶ ଦାଶ ନାୟକ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ବରିଷ୍ଠ ନେତା ରଞ୍ଜନ କୁମାର ପଟେଲ, ପ୍ରସିଦ୍ଧ ଅଭିନେତା ତଥା ଛତିଶଗଡ ବିଧାୟକ ଅନୁଜ ଶର୍ମା, ରୋହିତ ସାହୁ, ଯୋଗେଶ୍ୱର ରାଜୁ ସିହ୍ନା, ଲକ୍ଷ୍ମଣ ବାଗ ଏବଂ ସନତ ଗଡତିଆ ପ୍ରମୁଖ ସାମିଲ ଅଛନ୍ତି । ରାଜ୍ୟ ଉପସଭାନେତ୍ରୀ ସୁଶ୍ରୀ ସୁକେଶୀ ଓରାମ, ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ଦିଲୀପ ମଲ୍ଲିକ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ କୁମାର ଦାସ, ରାଜ୍ୟ ଲିଗାଲ ସେଲ ସଂଯୋଜକ ଜୟନ୍ତ ଜେନା, ବରିଷ୍ଠ ନେତା ମୁରଲୀ ଶର୍ମା ପ୍ରମୁଖ ସିଇଓଙ୍କୁ ଷ୍ଟାର ପ୍ରଚାରକ ତାଲିକା ପ୍ରଦାନ କରିଛନ୍ତି ।