ବିଦ୍ୟାଳୟର ବାର୍ଷିକୋତ୍ସବ
ବୁଗୁଡ଼ା: : ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଗୋଲିଆ କ୍ଲଷ୍ଟର ଅନ୍ତର୍ଗତ ତାଳସର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉସôବ ସ୍ୱପରିସରରେ ଅନୁଷ୍ଠିତ ହୋଇଯାଇଛି । ଏସ୍ଏମସି ସଭାପତି ରାମଚନ୍ଦ୍ର ଜାନୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ ଉସôବରେ ମୁଖ୍ୟ ଅତିଥି ଭାବେ ସିଆରସିସି ସୁନିତା ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ କୁଆଁନଳା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶଙ୍କର୍ଷଣ ନାୟକ, ତାଳସର ଅଙ୍ଗନୱାଡି କର୍ମୀ ଲଳିତା ପରିଡା, ୱାର୍ଡ ମେମ୍ବର ପ୍ରଭାତୀ ଜାନୀ, ଶିକ୍ଷକ ଗୁରୁକୃଷ୍ଣ ପଣ୍ଡା ପ୍ରମୁଖ ଯୋଗ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଏଥି ସହ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।ଏ ହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ପଗଡ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ସହକାରୀ ଶିକ୍ଷକ ସୁନିଲ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।