ବିଦ୍ୟାଳୟର ବାର୍ଷିକ ଉସବ

 ଜଗତସିଂହପୁର:  ଜଗତସିଂହପୁର ସ୍ଥିତ ସ୍ୱାମୀ ବିବେକାନନ୍ଦ ସ୍ମାରକ ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ଅଡିଟୋରୀୟମରେ ବାଣିଜ୍ୟ ବିଭାଗର ବାର୍ଷିକ ଉସôବ ଅନୁଷ୍ଠିତ ହୋଇଯାଇଛ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ମୁଖ୍ୟ ବକ୍ତା ଭାବେ ଓଡ଼ିଶା ବିଧାନସଭା ସଚିବ ସତ୍ୟବ୍ରତ ରାଉତ, ସମ୍ମାନିତ ଅତିଥି ଉଚ୍ଚÿ ଶିକ୍ଷା ର୍ନିେଶକ କାଳୀ ପ୍ରସନ୍ନ ମହାପାତ୍ର ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ରାଜ୍ୟ ତଥା ଦେଶ ସମ୍ପର୍କରେ ବିଭିନ୍ନ ଉପାଦେୟ ତଥ୍ୟ ଆଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବାଣିଜ୍ୟ ବିଭାଗର ମୁଖ୍ୟ ଅଧ୍ୟାପକ ଜଗନ୍ନାଥ ବେହେରା, ପ୍ରଶାସନିକ ଅଧିକାରୀ ପ୍ରଶାନ୍ତ କୁମାର ବେହେରା, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧକ୍ଷ ବିଜୟ କୁମାର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ବକ୍ତବ୍ୟ ରଖିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।