ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଶିକ୍ଷକଙ୍କ ଦାବି ପୂରଣ ପାଇଁ ହେବ କମିଟି

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା  : ଶିକ୍ଷକଙ୍କ ଦାବି ପୂରଣ ପାଇଁ ହେବ କମିଟି

ଅଶୋକ ହେବେ ଅଧ୍ୟକ୍ଷ, ୬ ମାସରେ ରିପୋର୍ଟ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧିନରେ ବିଭିନ୍ନ ପ୍ରକାର ସରକାରୀ ଏବଂ ଅନୁଦାନପ୍ରାପ୍ତ ଓ ଅଣ- ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନ ରହିଅଛି । ଏହି ଶିକ୍ଷାନୁଷ୍ଠାନଗୁଡିକର ବିଭିନ୍ନ ଶିକ୍ଷକ/ଅଧ୍ୟାପକ ଏବଂ କର୍ମଚାରୀ ସଂଘ ସେମାନଙ୍କର ବିଭିନ୍ନ ପ୍ରକାରର ଦାବି ସରକାରଙ୍କ ନିକଟରେ ଉପସ୍ଥାପନ କରିଆସୁଛନ୍ତି । ସେମାନଙ୍କର ଏହି ଦାବି ଉପରେ ବିଭିନ୍ନ ସମୟରେ ଆଲୋଚନା ମଧ୍ୟ କରାଯାଇଅଛି ।


     ଏହାକୁ ରାଜ୍ୟ ସରକାର ଗୁରୁତ୍ୱର ସହ ବିଚାର କରି ଶିକ୍ଷକ/ ଅଧ୍ୟାପକ ଏବଂ କର୍ମଚାରୀମାନଙ୍କର ଦାବି ସମୂହର ଅନୁଶୀଳନ ନିମନ୍ତେ ଅବସରପ୍ରାପ୍ତ ଆଇଏଏସ ଅଶୋକ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଉକ୍ତ କମିଟି ୬ ମାସ ମଧ୍ୟରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ ।