ବିମାନ ଦୁର୍ଘଟଣା, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପରଲୋକ

ବିମାନ ଦୁର୍ଘଟଣା, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପରଲୋକ

ମହାରାଷ୍ଟ୍ରରେ ବଡ଼ ଧରଣର ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି । ଏକ ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇ ଫେରିବା ସମୟରେ ବାରାମତିରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିମାନ ଅବତରଣ ବେଳେ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଅଜିତ ପାୱାର ଦେହାନ୍ତ ହୋଇଛି । ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଅଜିତ ପାୱାରଙ୍କ ସହ ୬ଜଣଙ୍କର ମୃତ୍ୟୁ ହୋଇଥିବା ଡିଜିସିଏ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ସୂଚନା ଅନୁସାରେ, ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ  ନିଜର ବ୍ୟକ୍ତିଗତ ବିମାନ VT-SSKରେ ଯାତ୍ରା କରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣା ପରର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି । ଅଜିତ ପାୱାରଙ୍କ ସମେତ ମୋଟ ଛଅ ଜଣ ବିମାନରେ ଉକ୍ତ ବିମାନରେ ୟାତ୍ରା କରୁଥିଲେ । ଘନ କୁହୁଡି ଯୋଗୁଁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ‘ଏକ୍ସ’ ଶୋକ ପ୍ରକାଶ କରିଛନ୍ତି । ‘ଏକ୍ସ’ରେ ଏକ ପୋଷ୍ଟ ଜରିଆରେ ସେ କହିଛନ୍ତି ଯେ, ମହାରାଷ୍ଟ୍ରର ବାରାମତିରେ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ଅନେକ ଲୋକଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଦ । ଅଜିତ ପାୱାର ଜୀଙ୍କ ଅକାଳ ବିୟୋଗ ଏକ ଅପୂରଣୀୟ କ୍ଷତି । ରାଷ୍ଟ୍ରପତି ତାଙ୍କ ପରିବାର, ସମର୍ଥକ ଏବଂ ପ୍ରଶଂସକଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଅନ୍ୟ ସମସ୍ତଙ୍କ ପରିବାରକୁ ଈଶ୍ୱର ଏହି ଆଘାତ ସହ୍ୟ କରିବାକୁ ଶକ୍ତି ଦିଅନ୍ତୁ ବୋଲି ରାଷ୍ଟ୍ରପତି କହିଛନ୍ତି ।

ଶୋକ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ :- 
ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଶୋକ ପ୍ରକାଶ କରି କହିଛନ୍ତି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାରେ ଦେହାନ୍ତ ଘଟଣା ଅତ୍ୟନ୍ତ ଦୁଃଖଦାୟକ। ତାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ। ପ୍ରଖର ରାଜନେତା ଏବଂ ସମର୍ପିତ ଜନସେବକ ଥିଲେ ଅଜିତ ପାଓ୍ବାର। ଅଜିତଙ୍କ ବିୟୋଗରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ବୋଲି ଶୋକବାର୍ତ୍ତାରେ କହିଛନ୍ତି।