ବେଆଇନ ବାଣ ଦୋକାନରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ବାଣ ଜବତ, ୩ଗିରଫ

ଖୋର୍ଦ୍ଧା – ରବିବାର ବାଲୁଗାଁ ବଜାରର ବିଭିନ୍ନ ଅଂଚଳରେ ଚଢ଼ାଉ କରି ୩ ବାଣ ବେପାରୀଙ୍କୁ ପୋଲିସ ଗିରଫ କରିବା ସହ ଲକ୍ଷାଧିକ ଟଙ୍କାର ବେଆଇନ ବାଣ ଜବତ କରିଛି । ଏହି ପରିପ୍ରେକ୍ଷୀରେ ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ରଙ୍କ ତତ୍ୱାବଧାନରେ ଏବଂ ଆଇଆଇସି ଜୟପ୍ରକାଶ ପରିଡ଼ାଙ୍କ ନେତୃତ୍ୱରେ ଏକ ଟିମ ବାଲୁଗାଁ ବଜାରରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ୱଜିତ ଗଜେନ୍ଦ୍ର, ଅନିକେତ ପରିଡା ଓ ରୋଶନ ନାୟକ । ଜବତ ବାଣର ଆନୁମାନିକ ମୂଲ୍ୟ ୧ ଲକ୍ଷ ଟଙ୍କା ହେବ ବୋଲି ବାଲୁଗାଁ ଥାନାଧିକାରୀ ଶ୍ରୀ ପରିଡ଼ା ସୂଚନା ଦେଇଛନ୍ତି ।