ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୬ତମ ସମାବର୍ତ୍ତନ ଉତ୍ସବ: ଗବେଷଣା ମାଧ୍ୟମରେ ଇନୋଭେସନର କଳ୍ପନା କରିବା: ଧର୍ମେନ୍ଦ୍ର

 ବ୍ରହ୍ମପୁର:  ୨୦୩୬ ମସିହାରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ । ୨୦୪୭ରେ ଦେଶ ସ୍ୱାଧୀନତାର ଶତବାର୍ଷିକୀ ପାଳନ କରିବ । ଏହି ସମୟରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କେବଳ ଡିଗ୍ରୀ ଓ ସାର୍ଟିଫିକେଟ୍ ଦେବାରେ ସୀମିତ ନରହି ଗବେଷଣା ମାଧ୍ୟମରେ ନବସୃଜନର କଳ୍ପନା କରିବା ଉଚିତ୍ ବୋଲି ଶନିବାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୬ତମ ସମାବର୍ତ୍ତନ ଉସôବରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  
ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଉପସ୍ଥିତିରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଏବଂ ବିଶ୍ୱ ଆଦିବାସୀ ଦିବସ ମଧ୍ୟ । କଳା, ସଂସ୍କୃତି, ଐତିହ୍ୟ ଓ ପର୍ଯ୍ୟଟନର କେନ୍ଦ୍ରସ୍ଥଳୀ ଗଞ୍ଜାମ ଜିଲ୍ଲା ଜନଜାତି ମାନଙ୍କର ମୂଳ ପେଣ୍ଠସ୍ଥଳ । ବୀର ଚକରା ବିଶୋୟୀ, କବିସମ୍ରାଟ ଉପେନ୍ଦ୍ର ଭଞ୍ଜ, କବିସୂର୍ଯ୍ୟ ବଳଦେବ ରଥ ଓ ବିଶ୍ୱନାଥ ଦାଶଙ୍କ ପରି ମହାପୁରୁଷମାନେ ଏହି ମାଟିରେ ଜନ୍ମନେଇ ଗଞ୍ଜାମ ମାଟିକୁ ପବିତ୍ର କରିଛନ୍ତି । ଓଡ଼ିଶାର ଭାଷା ଆନେ୍ଦାଳନ, ସାହିତ୍ୟ ଆନେ୍ଦାଳନ ସହ ଶ୍ରମଜୀବୀଙ୍କ କ୍ଷେତ୍ରରେ ନୂଆ ବେଞ୍ଚମାର୍କ ତିଆରି କରିବାରେ ଗଞ୍ଜାମର ଅବଦାନ ବହୁତ ଅଧିକ । ଜିଲ୍ଲାର ପରିଶ୍ରମୀ ଲୋକଙ୍କ ହାତରେ ଗୁଜରାଟର ସୁରତ ସମେତ ଆମ ରାଜ୍ୟ ଓ ଦେଶର ଅର୍ଥନୀତି ମଜଭୁତ୍ ହୋଇଛି  । ତେଣୁ ଏଠାରେ ଲୋକମାନଙ୍କୁ ବାହାରକୁ ନହେଁ ବରଂ ସେମାନଙ୍କର ରୋଜଗାର ବ୍ୟବସ୍ଥା କରାଇବା ପାଇଁ ଦାୟିତ୍ୱ ନେବା ଦରକାର  । ଓଡ଼ିଆ ଯୁବକଙ୍କୁ ସୁଯୋଗ ଦେଲେ ସେମାନେ ସବୁ କାମ କରିପାରିବେ । 
କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ସହ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଡବଲ ଇଞ୍ଜିନ ସରକାର ପିଏମ୍ ଉଷା ଯୋଜନାରେ ୧୦୦ କୋଟି ଟଙ୍କା ସମେତ ରାଜ୍ୟ ବଜେଟରୁ ୭୫ କୋଟି ଟଙ୍କା ଦେଇଛନ୍ତି  । ସବୁ ଯୋଜନାକୁ ମିଶାଇଲେ ପ୍ରାୟ ୨୦୦ କୋଟି ଟଙ୍କା ଏହି ବିଶ୍ୱବିଦ୍ୟାଳୟକୁ ପ୍ରଦାନ କରାଯାଇଛି, ଯାହା ଖୁସିର ବିଷୟ । ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳରେ ଗୁଣାତ୍ମକ ଉଚ୍ଚ ଶିକ୍ଷାନୁଷ୍ଠାନ ସବୁ ରହିଛି ।  ଏଠାରେ ବିରଳ ମୂର୍ତ୍ତିକାର ଖଣିଜ ପଦାର୍ଥ ଓ ଗୋପାଳପୁର ଭଳି ବନ୍ଦର ଅଛି । ପର୍ଯ୍ୟଟନର ଅପାର ସମ୍ଭାବନା ମଧ୍ୟ ରହିଛି । ଏ ଅଞ୍ଚଳର ସମ୍ଭାବନାକୁ ଆଧାର କରି ବ୍ରହ୍ମପୁରକୁ ନୁ୍ୟ ଏଜ୍ ଇକେନୋମୀ ବା ନୂଆ ସମୟର ଅର୍ଥନୀତି କରିବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି । ଏହାସହ ବିକଶିତ ଗଞ୍ଜାମ ଓ ବିକଶିତ ଓଡ଼ିଶାର ସ୍ୱପ୍ନକୁ ପୂରଣ କରିବା ଏବଂ ବ୍ରହ୍ମପୁରକୁ ଅର୍ଥନୈତିକ ଓ ଜ୍ଞାନର ପେଣ୍ଠସ୍ଥଳ କରିବା ଦିଗରେ ସହଯୋଗୀ ହେବ ଶ୍ରୀ ପ୍ରଧାନ ଦୃଢୋକ୍ତି ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ଆଜିର ଶୁଭ ଅବସରରେ ଦେଶର ବିଶିଷ୍ଟ ବୈଜ୍ଞାନିକ ତଥା ଭାରତର କ୍ଷେପଣାସ୍ତ୍ର ମହିଳା ଡକ୍ଟର ଟେସୀ ଥୋମସ, ମିଲେଟ୍ ରାଣୀ ରାଈମତି ଘିଉରିଆ ଏବଂ ବୈଜ୍ଞାନିକ ଡକ୍ଟର ଅଜିତ୍ କୁମାର ମହାନ୍ତି ସମ୍ମାନିତ ହୋଇଥିବାରୁ ଅଭିନନ୍ଦନ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଅବସରରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଶିକ୍ଷାତ୍ମକ ଭବନ -୧ର ଉଦଘାଟନ କରିଥିଲେ । ଏହାସହ ବହୁମୁଖୀ ଶିକ୍ଷା ଏବଂ ଗବେଷଣା ବିଶ୍ୱବିଦ୍ୟାଳୟ (ପ୍ରଧାନମନ୍ତ୍ରୀ ଉଚ୍ଚÿତର ଶିକ୍ଷା ଅଭିଯାନ) ଯୋଜନା ଅନ୍ତର୍ଭୃକ୍ତ ପ୍ରକଳ୍ପ ସମୂହ ଯଥା ଗବେଷକ ଓ ଗବେଷିକା ଛାତ୍ରାବାସ, ସ୍ନାତକୋତ୍ତର ଛାତ୍ରାବାସ ଓ ଛାତ୍ରୀ ନିବାସ, ଦକ୍ଷିଣ ଓଡ଼ିଶା ସାଂସ୍କୃତିକ ସଂଗ୍ରହାଳୟ ପାଇଁ ବହୁଉଦେ୍ଦଶ୍ୟ ସାଧନ କେନ୍ଦ୍ର, କେନ୍ଦ୍ରୀୟ କମ୍ପୁ୍ୟଟର ପରୀକ୍ଷାଗାର, ନୂତନ ସାମାଜିକ ବିଜ୍ଞାନ ଏବଂ ମାନସିକ ବିଷୟ ସମୂହ ଶିକ୍ଷାତ୍ମକ ଭବନ, ନୂତନ ବିଜ୍ଞାନ ଶିକ୍ଷାତ୍ମକ ଭବନ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ  । ଏହି ସମାବର୍ତ୍ତନ କାର୍ଯ୍ୟକ୍ରମରେ  ଉଚ୍ଚÿ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ, ଆସ୍କା ସାଂସଦ ଅନୀତା ଶୁଭଦର୍ଶିନୀ ଓ ଅଞ୍ଚଳର ବିଧାୟକମାନେ ପ୍ରମୁଖ ଯୋଗଦେଇଥିଲେ ।