ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ : ଭାରତ ୨-୧ରେ ସିରଜ୍‌ ଆଗୁଆ

ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ : ଭାରତ ୨-୧ରେ ସିରଜ୍‌ ଆଗୁଆ

ଧର୍ମଶାଳା : ଧର୍ମଶାଳାଠାରେ ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ୩ୟ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ପରାସ୍ତ କରିଛି ଭାରତ । ୧୧୮ ରନର ବିଜୟ ଲକ୍ଷ୍ୟକୁ ଭାରତ ୧୫.୫ ଓଭରରେ ୩ ୱିକେଟ ହରାଇ ହାସଲ କରିନେଇଥିଲା । ଭାରତ ପକ୍ଷରୁ ଅଭିଷେକ ଶର୍ମା ୩୫ ରନ କରିଥିବାବେଳେ ଶୁଭମନ ଗିଲ୍‌ ୨୮ ରନ କରିଥିଲେ । ସେହିପରି ତିଳକ ବର୍ମା ୨୫ ରନ କରିଥିଲେ । ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ଆରମ୍ଭରୁ ବାରମ୍ବାର ୱିକେଟ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଦଳ ଶେଷ ପର୍ଯ୍ୟନ୍ତ ସେହି ବିପର୍ଯ୍ୟୟରୁ ଉଦ୍ଧାର ପାଇପାରିନଥିଲା ଓ ଏକ ବଡ଼ ସ୍କୋର କରିପାରିନଥିଲା । ଦଳ ପକ୍ଷରୁ କେବଳ ଆଇଡେନ ମାର୍କରାମ ଲଢୁଆ ବ୍ୟାଟିଂ କରି ୬୧ ରନର ଏକ ଭଲ ଇନିଂସ ଖେଳିଥିଲେ । ସେହିପରି ଡୋନୋଭନ ଫରେରା ୨୦ ରନ କରିଥିଲେ । ଭାରତ ପକ୍ଷରୁ ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତି, କୂଳଦୀପ ଯାଦବ ଓ ଅର୍ଶଦୀପ ସିଂ ୨ଟି ଲେଖାଏଁ ୱିକେଟ ନେଇଥିଲେ । ସେହିପରି ଶିବମ ଦୁବେ ଓ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ ।