ଭେଣ୍ଟିଲେଟରରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

ଭେଣ୍ଟିଲେଟରରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

ଭୁବନେଶ୍ୱର : ଭେଣ୍ଟିଲେଟରରେ ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ତାଙ୍କର ସ୍ୱାସ୍ଥ୍ୟବସ୍ଥାରେ କୌଣସି ସୁଧାର ଆସିନାହିଁ । ଗତକାଲି ହ୍ୟୁମାନ ସାଗରଙ୍କୁ ଭୁବନେଶ୍ୱରର ଏମ୍ସର ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅତି ଜଟିଳ ରହିଛି । ଡାକ୍ତରଙ୍କ କହିବା ଅନୁଯାୟୀ, ତାଙ୍କୁ ୭୨ ଘଣ୍ଟା ଯାଏ ଅବଜରଭେସନରେ ରଖାଯାଇଛି । ତାଙ୍କର ଲିଭର୍‌ ଖରାପ ଥିବାବେଳେ କିଡ୍‌ନି ଗୁରୁତର ଭାବେ ପ୍ରଭାବିତ ହୋଇଛି । ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍‌ସ ସ୍ଥାନାନ୍ତର କରାଯାଇଛି । ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଏହି ସମୟରେ ପୁଅର ଚିକିତ୍ସା ପାଇଁ ସହାୟତା ଦେବାକୁ ତାଙ୍କ ମା’ ଆକୁଳ ନିବେଦନ କରିଛନ୍ତି। ସେ କହିଛନ୍ତି, ମୋ ପୁଅ ଭେଣ୍ଟିଲେଟର୍‌ରେ ଅଛି। ଦୟାକରି ମୋ ପୁଅ ବାହାରକୁ ନେଇ ଚିକିତ୍ସା କରନ୍ତୁ ବୋଲି ସେ କାନ୍ଦି କାନ୍ଦି ଗଣମାଧ୍ୟମ ଆଗରେ କହିଛନ୍ତି।