ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ାା ପ୍ରଭାନୁ୍ୟଜ ।ା ଯାଜପୁର ଟାଉନ: ସୋମବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଉପସ୍ଥିତ ରହି ଜିଲାପାଳ ପି.ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀ ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥା ସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲାପାଳ ପ୍ରକାଶ କରିଥିଲେ । ମୋଟ ୨୨୭ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୮୨ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୯ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୯୮ଗୋଟି, ରେଡକ୍ରସ ପାଣ୍ଠିରୁ ସହାୟତା ନିମନ୍ତେ ୨୯ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୩୨ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତା ଶ୍ରୀମାଲ, ଅତିରିକ୍ତ ଜିଲାପାଳ ନବକୃଷ୍ଣ ଜେନା, ଜିଲାପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ, ଉପଜିଲାପାଳ ଅଂଶୁମାନ ଶତପଥି, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ସ୍ୱାଗତ ଦାସ, ତହସିଲଦାର, ଯାଜପୁର ଅରବିନ୍ଦ ବେହେରା, ଜିଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗର ଶୁଣାଣି କରିଥିଲେ ।