ଯୁଗ୍ମ ଅଭିଯୋଗ ଶୁଣାଣି
ରାୟଗଡ଼ା : ରାୟଗଡା ଜିଲ୍ଲା ପ୍ରଶାସନ ପକ୍ଷରୁ ରାୟଗଡ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସଦ୍ଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ୍ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଚିକିସôା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତ ମାଝୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ଆଜି ମୋଟ ୬୮ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିବାବେଳେ ସେଥିମଧ୍ୟରୁ ୫୫ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୬ ଗୋଟି ଗ୍ରାମବାସୀମାନଙ୍କର ସାମୂହିକ ଅଭିଯୋଗ ଥିଲା । ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ରହିଲା । ଏହି ଅବସରରେ ୯ଜଣଙ୍କୁ ୧ଲକ୍ଷ ୪୫ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫରୁ ଆର୍ଥôକ ସହାୟତା ପ୍ରଦାନ କରାଯାଇଥିଲା ।