ଯୁଗ୍ମ ଜନଶୁଣାଣି ଶିବିର
ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ୍ ଓ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗ ଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।
ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୨୪ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ୧୫ଗୋଟି ଓ ସାମୂହିକ ୯ଟି ରହିଥିବାବେଳେ ୪ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିଦେ୍ର୍ଦଶ ଦେଇଥିଲେ । ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଜିଲ୍ଲା ମୁଖ୍ୟ ଚିକିସôା ଅଧିକାରୀ ଡା କିଶୋର କୁମାର ପୃଷ୍ଟି, ଡେପୁଟି କଲେକ୍ଟର ଦୀପ୍ତିମୟୀ ପ୍ରଧାନ, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଜିବୁନ ନିଶା, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ସହ ନିଦେ୍ର୍ଦଶକ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ର, ସ୍ଥାନୀୟ ବିଡିଓ, ତହସିଲଦାର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।