ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ାା ପ୍ରଭାନୁ୍ୟଜ ।ା ସୁକିନ୍ଦା: ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ଦିନ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ସୁକିନ୍ଦା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି.ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରି ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲାପାଳ ପ୍ରକାଶ କରିଥିଲେ । ଆଜି ମୋଟ ୭୮ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୨୭ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୭ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୪୪ଗୋଟି, ଅଭିଯୋଗର ଶୁଣାଣି କରାଯାଇଥିଲା । ୪୫ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ମିଳିତଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ୍, ଜିଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ, ଉପ ଜିଲାପାଳ ଅଂଶୁମାନ ଶତପଥି, ଏବଂ ବିଭିନ୍ନ ପଦାଧିକାରୀମାନେ ଉପସ୍ଥିତ ଥିଲେ । ପରେ ଜିଲାପାଳ ସୁକିନ୍ଦାସ୍ଥିତ ମାନସିକ ବିକାରଗ୍ରସ୍ତ ମହିଳା ମାନଙ୍କର ଚିକିସôା ଓ ଥଇଥାନ କେନ୍ଦ୍ର, ମିଶନ ଆଶ୍ରା ପରିଦର୍ଶନ କରି ପରିଚାଳନା ସମ୍ପର୍କରେ ସୁପରିଣ୍ଟେଡେଣ୍ଟଙ୍କ ଠାରୁ ପଚାରି ବୁଝିଥିଲେ ।