ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

 ଯାଜପୁର ଟାଉନ: ସୋମବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲାପାଳ ପି.ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀ ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲାପାଳ ପ୍ରକାଶ କରିଥିଲେ । ମୋଟ ୨୨୪ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୨୫ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୯୪ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୦୪ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ଶିବିରରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲାପାଳ ନବକୃଷ୍ଣ ଜେନା, ଜÿିଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ, ଜିଲାମୁଖ୍ୟ ଚିକିସôା ଅଧିକାରୀ ଶିବାଶିଷ ମହାରଣା, ଉପ ଜିଲାପାଳ ଅଂଶୁମାନ ଶତପଥି, ଯାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସ୍ୱାଗତ ଦାସ, ଯାଜପୁର ତହସିଲଦାର ଅରବିନ୍ଦ ବେହେରା, ଜିଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗର ଶୁଣାଣି କରିଥିଲେ ।