ରଥଯାତ୍ରା ପାଇଁ ପୁଲିସ୍ ସଜାଗ: ଡିଜିପି
ପୁରୀ : ରଥଯାତ୍ରାକୁ ଆଉ ମାତ୍ର ଦୁଇଦିନ । ଅର୍ଥାତ ଆସନ୍ତା ୨୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ଏହାକୁ ତ୍ରୁଟିଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଅପରାହ୍ଣରେ ପୁରୀସ୍ଥିତ ଟାଉନ୍ହଲ୍ ପରିସରରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁଲିସ୍ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ସଜାଗ ରହିଛି ବୋଲି ଡିଜିପି ମତବ୍ୟକ୍ତ କରିଛନ୍ତି । ବିଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପ୍ରଥମ ଥର ପାଇଁ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍ ଟାଉନ ଥାନାରେ ସ୍ଥାପନ କରାଯିବ । ଏହା ସହ ଏଆଇ (ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ) କ୍ୟାମେରା ସହରର ବିଭିନ୍ନ ସ୍ଥାନରେ ଲଗାଯିବ । ଉତ୍ତରା ଛକରୁ ଆରମ୍ଭ କରି ପୁରୀ, ପୁରୀ -କୋଣାର୍କ ରୋଡ ସହିତ ସହରର ବିଭିନ୍ନ ଛକରେ ଏଆଇ କ୍ୟାମ୍ ବ୍ୟବସ୍ଥା କରାଯାଇଛି । ସେହିପରି ଯାତାୟାତ ସୁବିଧା ନିମନ୍ତେ ଟ୍ରାଫିକ ଉପଦେଶ, ପାର୍କିଂ ସ୍ଥାନ, ଟ୍ରାଫିକ ଜାମ ଓ ବିକଳ୍ପ ରାସ୍ତା ସମ୍ବନ୍ଧରେ ତ୍ୱରିତ ସୂଚନା ପ୍ରଦାନ କରିବା ଲାଗି ଏକ ବିଶେଷ ମୋବାଇଲ ଆପ ପ୍ରସ୍ତୁତ କରାଯାଇଛି ।
ଶ୍ରୀଜଗନ୍ନାଥ ମନ୍ଦିର ହାଇ ସିକୁ୍ୟରିଟି ଜୋନ୍ରେ ରହୁଥିବାରୁ ରଥଯାତ୍ରା ସମୟରେ ଏହାର ଗୁରୁତ୍ୱ ବହୁମାତ୍ରାରେ ବଢି ଯାଇଥାଏ । କୌଣସି ଅଘଟଣକୁ ଏଡାଇବା ପାଇଁ ବମ୍ ଡିସ୍ପୋଜାଲ୍ ସ୍କ୍ୱାଡ୍, ପୁରୀର ପ୍ରବେଶ ପଥରେ ଆଣ୍ଟିଟେରୋରିଷ୍ଟ ସ୍କ୍ୱାଡ୍, ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ ଭଳି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଗୁଇନ୍ଦା ନିଦେ୍ର୍ଦଶକ ଆରପି କୋଚେ କହିଛନ୍ତି । ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ଆଧୁନିକୀକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଟଣା ସମୟରେ ଭକ୍ତଙ୍କ ପ୍ରବଳ ସମାଗମକୁ ଲକ୍ଷ୍ୟ କରି ଭିଡ ନିୟନ୍ତ୍ରଣ କରିବାକୁ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ମତବ୍ୟକ୍ତ କରିଥିଲେ । ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର ଶୃଙ୍ଖଳିତ ରଥଯାତ୍ରା ସମାପ୍ତ କରିବା ନିମନ୍ତେ ପୁଲିସ୍ ପ୍ରଶାସନର ଅଧିକାରୀ/ କର୍ମଚାରୀଙ୍କ ସହଯୋଗ ଏକାନ୍ତ ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ରେଳବାଇ ଓ ଉପକୂଳ ସୁରକ୍ଷା) ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ଯୋଗଯୋଗ) ଦୟାଲ ଗଙ୍ଗୱାର, ଟ୍ରାନ୍ସପୋର୍ଟ କମିଶନର ଅମିତାଭ ଠାକୁର, ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ଏସଏପି) ରାଜେଶ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡ. ସାର୍ଥକ ଷଡଙ୍ଗୀ, ଆଇଜିପି (ଅପରେସନ) ଡ. ଦୀପକ କୁମାର, ଆଇଜିପି (ଟ୍ରେନିଂ) ଅନୁପ ସାହୁ ସୁରକ୍ଷା ବ୍ୟବସ୍ଥା ନିମନ୍ତେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂକ୍ରାନ୍ତରେ ସୂଚନା ଦେଇଥିଲେ ।
ଆଜିର ବୈଠକରେ ପ୍ରଥମେ ପୁରୀ ଏସ୍ପି ଭିନୀତ ଅଗ୍ରୱାଲ ଡିଜିପି ତଥା ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ସ୍ୱାଗତ କରିଥିଲେ । ଆଇଜିପି (କେନ୍ଦ୍ରାଞ୍ଚଳ) ଏସ. ପ୍ରବୀଣ କୁମାର ଧନ୍ୟବାଦ ଅର୍ପଣ କରିଥିଲେ । ବୈଠକରେ ଆଇଜି (ଉତ୍ତର କେନ୍ଦ୍ରାଞ୍ଚଳ) ତ୍ୟବ୍ରତ ଭୋଇ, ଡିଆଇଜିପି (ପ୍ରୋଭିଜନିଂ) ଚରଣ ସିଂ ମିନା, ଡିଆଇଜିପି (ଏସଆଇଡବ୍ଲୁ୍ୟ) କେ. ବିଶାଲ ସିଂହ, ଡିଆଇଜିପି (ଏସଟିଏଫ) ପିନାକ ମିଶ୍ର, ଡିଆଇଜିପି (କ୍ରାଇମବ୍ରାଞ୍ଚ) ବି. ଗଙ୍ଗାଧର, ଏସ୍ପି (ରେଲୱେ), କଟକ ବିବେକାନନ୍ଦ ଶର୍ମାଙ୍କ ସମେତ ବହୁ ବରିଷ୍ଠ ପୁଲିସ ଅଧିକାରୀ ଉପସ୍ଥିତ ଥିଲେ ।