ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ ଆରମ୍ଭ
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଆଜିଠାରୁ ଆରମ୍ଭ ହୋଇଯାଇଛି ରାଜ୍ୟ ସ୍ତରୀୟ ଗୋଟିପୁଅ ନୃତ୍ୟ ମହୋସôବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଲୋକକଳା ସଂଘର ମିଳିତ ସହଯୋଗରେ ଏହି ରାଜ୍ୟ ସ୍ତରୀୟ ନୃତ୍ୟ ମହୋସôବ ଆସନ୍ତା ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ମହୋସôବରେ ୨୦ଟି ନୃତ୍ୟ ଦଳ ଅଂଶଗ୍ରହଣ କରିଛନ୍ତି । ଆଜିର କାର୍ଯ୍ୟକ୍ରମରେ ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି, ଇଲିଆନା ସିତାରିଷ୍ଟ, ଗୁରୁ ରାମହରି ଦାସ, ଡ଼. ଚିତ୍ତରଞ୍ଜନ ମଲିଆ, ଗୁରୁ ଗୋବିନ୍ଦ ଗୋପାଳ, ସଙ୍ଗୀତଜ୍ଞ ଡ଼. ସଂଗୀତା ଗୋସାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପନିଦେ୍ର୍ଦଶକ ତଥା ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରଶାସନିକ ଅଧିକାରୀ ସୁଚିସ୍ମିତା ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିଥିଲେ । ଗୋଟିପୁଅ ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ, ଏହା ଆମ ସମୃଦ୍ଧ ନୃତ୍ୟ ପରମ୍ପରା ସହ ଅଙ୍ଗାଙ୍ଗୀଭାବେ ଜଡ଼ିତ । ରାଜ୍ୟ ସ୍ତରୀୟ ଗୋଟିପୁଅ ନୃତ୍ୟ ମହୋସôବର ଆୟୋଜନ ମାଧ୍ୟମରେ ନୃତ୍ୟ ପ୍ରତିଭାର ବିକାଶ ହେବା ସହିତ ଆମ ପାରମ୍ପରିକ ନୃତ୍ୟର ପ୍ରଚାର ଓ ପ୍ରସାର ହୋଇପାରୁଛି ବୋଲି କହିଛନ୍ତି ସୁଚିସ୍ମିତା ମନ୍ତ୍ରୀ ।