ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତରେ ସମୀକ୍ଷା

 ଭୁବନେଶ୍ୱର : ଭାରତର ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କର ଆସନ୍ତା ମାର୍ଚ୍ଚ ୨୪ ଓ ୨୫ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତି ମାର୍ଚ୍ଚ ୨୪ ତାରିଖ ଦିନ ୧୨.୩୦ରେ ବାୟୁସେବା ବିମାନ ଯୋଗେ ସ୍ୱାମୀ ବିବେକାନନ୍ଦ ବିମାନ ବନ୍ଦର, ରାୟପୁର, ଛତିଶଗଡ଼ରୁ ବାହାରି ଦିନ ୧.୩୦ ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ଏବଂ ସେଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରି ସଡ଼କ ପଥରେ ଯାଇ କଣ୍ଟିଲୋ ସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ କରିବେ । ପରେ ପରେ ସେଦିନ ସେ ଅପରାହ୍ଣ ୩.୦୫ ମି. ସମୟରେ ପ୍ରଭୁ ନୀଳମାଧବ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିବେ । ପରେ ପରେ ରାଷ୍ଟ୍ରପତି ଅପରାହ୍ଣ ୩.୩୫ ସମୟରେ ନୟାଗଡ଼ର କାଳିଆପଲ୍ଲୀ ଠାରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ଉସôବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ । ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ରାଜଭବନରେ ରାତ୍ରି ରହଣୀ କରିବେ ଏବଂ ତହିଁ ପରଦିନ ୨୫ ତାରିଖ ସକାଳେ ବାୟୁସେବା ବିମାନ ଯୋଗେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟସୂଚୀ ପରିପ୍ରେକ୍ଷୀରେ ପ୍ରସ୍ତୁତି ସମୀକ୍ଷା କରିବା ସହିତ ଆବଶ୍ୟକ ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି । ଅନୁଷ୍ଠିତ ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟ ପୁଲିସ ମହା ନିଦେ୍ର୍ଦଶକ ୱାଇବି ଖୁରାନିଆ, ଅଗ୍ନିଶମ ସେବା ବିଭାଗ ଡିଜି ଡଃ. ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ ଏବଂ ରାଜ୍ୟ ପୁଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ବୈଠକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ, ଖୋର୍ଦ୍ଧା ଏବଂ ନୟାଗଡ ଉପସ୍ଥିତ ରହି ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ ।