ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରାକ୍ ପ୍ରସ୍ତୁତି
ପୁରୀ : ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀ ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ଜିଲ୍ଳା ପୋଲିସ ପ୍ରଶାନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି କାର୍ଯ୍ୟ କରାଯାଉଛି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ଦିନ ଛତିଶାନିଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ୪ ତାରିଖରେ ରାଷ୍ଟ୍ରପତି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଯିବେ । ସେ ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଯେଭଳି ସୁଚାରୁ ରୂପେ ହେବ ସେଥିନେଇ ଛତିଶାନିଯୋଗର ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ । ଏ ସଂକ୍ରାନ୍ତରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନାଦେଇ କହିଛନ୍ତି ଯେ, ଡିସେମ୍ବର ପୂର୍ବାହ୍ନ ୧୦ଟା ୧୫ରୁ ୧୦ଟା ୪୦ ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ମହାମହିମ ରାଷ୍ଟ୍ରପତି । ଗର୍ଭଗୃହକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର ବ୍ୟବସ୍ଥା କରାଯାଇଛି । ତେଣୁ ପ୍ରାତଃ ୫ଟାରୁ ଦ୍ୱାର ଫିଟିବ । ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଗସ୍ତ ସମୟରେ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ । ସାକଳ ୮ଟା ୪୫ମିନିଟ୍ ସୁଦ୍ଧା ଶ୍ରୀମନ୍ଦିରକୁ ଶୋଧ କରାଯିବା ସହ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ । ରାଷ୍ଟ୍ରପତି ଶ୍ରୀମନ୍ଦିରରୁ ପ୍ରତ୍ୟାବର୍ତ୍ତନ କରିବା ପରେ ସାଧାରଣ ଜନତାଙ୍କୁ ଦର୍ଶନର ସୁଯୋଗ ମିଳିବ ।