ଶିଶୁବାଟିକାରେ ନିଯୁକ୍ତ ହେବେ ଶିଶୁ ସେବିକା


 ଭୁବନେଶ୍ୱର: ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍କା କରିବାରେ ସହାୟକ ହେବେ । ତେଣୁ ଶିକ୍ଷକମାନେ କେବଳ ଶିକ୍ଷା ଉପରେ ଦୃଷ୍ଟି କେନ୍ଦ୍ରୀତ କରିପାରିବେ । ଏହାଦ୍ୱାରା ପ୍ରାଥମିକ ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି  ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । 
ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି । ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି । ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ (ଋଦ୍ଭକ୍ସକ୍ଟକ୍ଷଜ୍ଞରଦ୍ଭଗ୍ଧ) ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ । ଛୋଟ ପିଲାମାନଙ୍କୁ ଶ୍ରେଣୀଗୃହରେ ପରିଚାଳନା କରିବା, ସେମାନଙ୍କ ଯତ୍ନ ନେବା ଏକ ଗୁରୁ ଦାୟିତ୍ୱ । ଶିକ୍ଷକଙ୍କ ଉପରେ ଏ ଦାୟିତ୍ୱ ରହିଲେ ଶିକ୍ଷା କାର୍ଯ୍ୟ ବ୍ୟାହତ ହେବ । ସାରା ରାଜ୍ୟରେ ବିଭିନ୍ନ ଶିଶୁବାଟିକାରେ ଏ ସମ୍ପର୍କିତ ଏକ ଅଧ୍ୟୟନରୁ ଜଣାଯାଇଛି ଯେ, ଶିକ୍ଷକମାନଙ୍କୁ ଅଣଶିକ୍ଷା କାର୍ଯ୍ୟରେ ସହାୟତା କରିବା ପାଇଁ ଶିଶୁବାଟିକା ମାନଙ୍କରେ ଶିଶୁସେବିକା ମାନଙ୍କର ଆବଶ୍ୟକତା ରହିଛି । 
ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ ନିଯୁକ୍ତ ପାଚିକାମାନଙ୍କ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ । ସମଗ୍ର ଶିକ୍ଷାର ବଜେଟରୁ ଏହି ଅର୍ଥ ପ୍ରଦାନ କରାଯିବ । ତେବେ